ପ୍ରମୁଖ ଖବର

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

ଡିସେମ୍ବର ୧୦ରୁ ପ୍ରଥମ ଖେଲୋ ଇଣ୍ଡିଆ ପାରା ଗେମ୍ସ

0

ନୂଆଦିଲ୍ଲୀ: କ୍ରୀଡ଼ା ପ୍ରତିଭାଙ୍କୁ ଚିହ୍ନଟ କରିବା ଏବଂ ଯୁବ ଓ ଆଶାୟୀ ପାରା ଆଥଲେଟ୍‌ (ଦିବ୍ୟାଙ୍ଗ କ୍ରୀଡ଼ାବିତ୍‌)ମାନଙ୍କୁ ଆଗକୁ ବଢ଼ିବାର ସୁଯୋଗ ପ୍ରଦାନ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ାମନ୍ତ୍ରୀ ଅନୁରାଗ ସିଂହ ଠାକୁର ପ୍ରଥମ ଖେଲୋ ଇଣ୍ଡିଆ ପାରା ଗେମ୍ସ ଘୋଷଣା କରିଛନ୍ତି। ଏହା ଡିସେମ୍ବର ୧୦ରୁ ଡିସେମ୍ବର ୧୭ ତାରିଖ ପର୍ଯ୍ୟନ୍ତ ନୂଆଦିଲ୍ଲୀରେ ଆୟୋଜିତ ହେବ ।

ଏକ ଭିଡିଓ ବାର୍ତ୍ତା ଜରିଆରେ ସେ କହିଛନ୍ତି, ‘‘ମୁଁ ଗର୍ବର ସହ ଘୋଷଣା କରୁଛି ଯେ ଡିସେମ୍ବର ୧୦ରୁ ୧୭ ତାରିଖ ପର୍ଯ୍ୟନ୍ତ ନୂଆଦିଲ୍ଲୀର ବିଭିନ୍ନ ସ୍ଥାନରେ ପ୍ରଥମ ଖେଲୋ ଇଣ୍ଡିଆ ପାରା ଗେମ୍ସ ଅନୁଷ୍ଠିତ ହେବ। ୩ଟି ସାଇ (ଭାରତୀୟ କ୍ରୀଡ଼ା ପ୍ରାଧିକରଣ) ଷ୍ଟାଡିୟମରେ ମୋଟ ୭ଟି ପ୍ରତିଯୋଗିତା ଅନୁଷ୍ଠିତ ହେବ।’’

ଏହି ଅବସରରେ ଅନୁରାଗ ସିଂହ ଠାକୁର କହିଛନ୍ତି, ଖେଲୋ ଇଣ୍ଡିଆ ଯୋଜନା ଭାରତୀୟ କ୍ରୀଡ଼ା ପାଇଁ ଏକ ଯୁଗାନ୍ତକାରୀ ଯୋଜନା ସାବ୍ୟସ୍ତ ହୋଇଛି। ଖେଲୋ ଇଣ୍ଡିଆ ଗେମ୍ସ ଏହି ଯୋଜନାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି ଏବଂ ୨୦୧୮ ରୁ ମୋଟ ୧୧ଟି ଖେଲୋ ଇଣ୍ଡିଆ ଗେମ୍ସ ଆୟୋଜନ କରାଯାଇଛି । ୫ଟି ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ା, ୩ଟି ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଏବଂ ୩ଟି ଖେଲୋ ଇଣ୍ଡିଆ ଶୀତକାଳୀନ କ୍ରୀଡ଼ା ସଫଳତାର ସହ ଆୟୋଜନ କରାଯାଇଛି।

Leave A Reply

Your email address will not be published.