ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

0

ଭୁବନେଶ୍ବର: ବୌଦ୍ଧ ଜିଲ୍ଲା ପାଇଁ ସାଲକୀ ନଦୀରେ ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୨୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି।  

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ବୌଦ୍ଧ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି  ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହାଦ୍ବାରା ବୌଦ୍ଧ ଜିଲ୍ଲାର ଜନସାଧାରଣ ଉପକୃତ ହେବେ। ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ  ଏହା ବିଶେଷ ସହାୟକ ହେବ।

Leave A Reply

Your email address will not be published.