ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଜମ୍ମୁକାଶ୍ମୀରରେ ଆତଙ୍କବାଦୀ-ସେନା ମୁହାଁମୁହିଁ

0

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର ଜୌରୀ ଅନନ୍ତନାଗ ସେକ୍ଟରରେ ଆତଙ୍କବାଦୀ-ସୁରକ୍ଷା ବଳ ମଧ୍ୟରେ ଚାଲିଛି ଗୁଳି ବିନିମୟ। ଏଥିରେ ଭାରତୀୟ ସେନାର ଜଣେ ମେଜର୍‌ ଓ ଦୁଇ ଜଣ ଯବାନ ସହିଦ ହୋଇଛନ୍ତି। ସେହିପରି ସେନା ଗୁଳିରେ ଜଣେ ଆତଙ୍କବାଦୀ ମଧ୍ୟ ନିହତ ହୋଇଥିବା ସୂଚନା ମିଳିଛି। ଆତଙ୍କୀଙ୍କୁ ନିପାତ ପାଇଁ ଭାରତୀୟ ସେନା ପକ୍ଷରୁ ଜୋରଦାର କରାଯାଇଛି ସର୍ଚ୍ଚ ଅପରେସନ ।

ସୂଚନାଯୋଗ୍ୟ, ରଜୌରୀ ଅଂଚଳରେ କିଛି ଆତଙ୍କୀ ଲୁଚି ରହିଥିବା ପରେ ଖବର ପାଇବା ପରେ ସେନା ପକ୍ଷରୁ ଆତଙ୍କୀ ଆଡ୍ଡା ଉପରକୁ ଗୁଳିମାଡ କରାଯାଇଥିଲା । ଆତଙ୍କୀଙ୍କ ସହ ଗୁଳି ବିନିମୟରେ ୩ ଭାରତୀୟ ଯବାନ ଶହୀଦ ହୋଇଛନ୍ତି । ଧରାମସାଲର ବାଜିମାଲ ଅଚଳରେ ଭାରତୀୟ ସେନା ଓ ଜମ୍ମୁ ପୋଲିସ ପକ୍ଷରୁ ମିଳିତ ଅପରେସନ ଜାରି ରହିଛି । ଏହା ପୂର୍ବରୁ ଗତ ୧୮ତାରିଖରେ ରଜୌରୀ ଅଂଚଳରେ ସର୍ଚ୍ଚ ଅପରେସନରେ ଭାରତୀୟ ଯବାନ ୫ଆତଙ୍କୀଙ୍କୁ ନିପାତ କରିଥିଲେ ।

Leave A Reply

Your email address will not be published.