ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀଙ୍କ ନୂଆବର୍ଷ ନିଷ୍ପତ୍ତି: ଭିଜିଲାନ୍ସରେ ୪୮ନୂଆ ପଦବୀ, ଅନୁଦାନପ୍ରାପ୍ତ ସ୍କୁଲ ଓ କଲେଜ କର୍ମଚାରୀଙ୍କ ଗ୍ରାଚୁଇଟି ବୃଦ୍ଧି
୩ରେ ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ହରିବାବୁ କମ୍ଭମ୍‌ପତି
ନୂଆବର୍ଷରେ ଜନସମୁଦ୍ର ଶ୍ରୀକ୍ଷେତ୍ର, ବ୍ୟାରିକେଡ୍‌ ଭାଙ୍ଗିଲେଭକ୍ତ
ନୂଆବର୍ଷରେ ଡିଜି ପାହ୍ୟାକୁ ପଦୋନ୍ନତି ପାଇଲେ ୩ ଆଇପିଏସ୍‌ ଅଧିକାରୀ
୧୯୯୩ ବ୍ୟାଚ୍‌ର ୩ ଆଇପିଏସ୍‌ ବିନୟତୋଷ ମିଶ୍ର, ଆର୍‌ପି କୋଚେ ଏବଂ କେନ୍ଦ୍ରୀୟ ଡେପୁଟେଶନରେ ଥିବା ସୁଶାନ୍ତ ନାଥ ଡିଜି ପାହ୍ୟାକୁ ପଦୋନ୍ନତି ପାଇଛନ୍ତି
ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ଝଲସିବ ହୀରାକୁଦ, ସାତକୋଶିଆ ଓ ବୌଦ୍ଧ ସର୍କିଟ
ନୂଆବର୍ଷରେ ଚାଷୀଙ୍କୁ ବଡ଼ ଉପହାର, ଫସଲ ବୀମା ସହାୟତା ରାଶି ବଢାଇଲେ ମୋଦି ସରକାର
ପଶ୍ଚିମବଙ୍ଗରୁ ସ୍ୱତନ୍ତ୍ର ଗାଡ଼ିରେ ଶିମିଳିପାଳ ପହଞ୍ଚିଲା ବାଘୁଣୀ ‘ଜିନ୍ନତ’

ଐତିହାସିକ ବାଲିଯାତ୍ରା ପାଇଁ ଚଳଚଞ୍ଚଳ କଟକ ସହର

0

କଟକ: କାଲି ଠାରୁ କଟକର ଐତିହାସିକ ବାଲିଯାତ୍ରା ଆରମ୍ଭ ହେବ। ଏହି ଯାତ୍ରା ଆସନ୍ତା ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଚଳିତ ବର୍ଷ ୮ ଦିନ ହେବାକୁ ଥିବା ବାଲିଯାତ୍ରାକୁ ଅଧିକ ଆକର୍ଷଣୀୟ, ସୁରକ୍ଷିତ ଆଉ ଜନାଦୃତ କରିବା ପାଇଁ ତଥା ବିଭିନ୍ନ ବିଭାଗ ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା କରିବା ଉପରେ ଗୁରୁତ୍ବ ଦିଆଯାଉଛି।

କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ ରବିବାର ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, ନଭେମ୍ବର ୨୭ ରେ ବାଲିଯାତ୍ରା ଉଦଘାଟନୀ ଉତ୍ସବ ହେବ। ସେହିପରି ଡିସେମ୍ବର ୪ ତାରିଖରେ ଉଦଯାପନୀ ଉତ୍ସବ କରାଯିବ। ଏଥର ବାଲିଯାତ୍ରାରେ କଟକ ଇନ୍ କଟକ ଗ୍ରାମୀଣ ପ୍ରତିଛବି ମୁଖ୍ୟ ଆକର୍ଷଣ ହେବ। ମେଳାରେ ୧୨୦୦ ରୁ ୧୮୦୦ ଷ୍ଟଲ୍ ଖୋଲିଛି। ଏତଦ୍‌ ବ୍ୟତୀତ ଫିସ ଟନେଲ୍ ମଧ୍ୟ ଅନ୍ୟତମ ଆକର୍ଷଣ ସାଜିଛି। ପାର୍କିଂ ସ୍ଥାନରୁ ଯାତ୍ରୀ ଯିବା ଆସିବା ପାଇଁ ସ୍ବତନ୍ତ୍ର ଇ ରିକ୍ସା ରହିବ। ଭିଡ ନିୟନ୍ତ୍ରଣ ପାଇଁ ୪ ଟି ପ୍ରବେଶ ଓ ପ୍ରସ୍ଥାନ ରହିଛି। ସବୁ ଦିନ ସକାଳେ ପଥଉତ୍ସବ ହେବ। ଯାତ୍ରୀଙ୍କ ସୁବିଧା ପଡ଼ିଆ ମଧ୍ୟରେ ୨୫୦ ଟି ଅସ୍ଥାୟୀ ଟଏଲେଟ୍ ବ୍ୟବସ୍ଥା ହୋଇଛି। ବଲିଉଡ୍ ସିଙ୍ଗର ଅନୁ ମଲିକ ମଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବେ।

ବାଲିଯାତ୍ରା ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଁଚିଛି। ବାଲିଯାତ୍ରା ପାଇଁ ବାଲିଯାତ୍ରା ପଡ଼ିଆ ଚଳଚଞ୍ଚଳ ଦେଖାଯାଇଛି। ଏହି ଐତିହାସିକ ମହୋତ୍ସବକୁ ଅଧିକ ଆକର୍ଷଣୀୟ କରିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଯୁବବର୍ଗଙ୍କ ପାଇଁ ସେଲଫି ଜୋନ୍‌ ପ୍ରସ୍ତୁତ ହୋଇଛି। କଟକ ଇନ୍ କଟକ ମଧ୍ୟରେ ପ୍ରାୟ ୧୦ଟି ସେଲଫି ଜୋନ୍‌ ପ୍ରସ୍ତୁତ କରାଯାଇଛି। ସେହିପରି ଅଣ୍ଡର ୱାଟର ଟନେଲ ଆକ୍ୱାରିଆମର ବି ବ୍ୟବସ୍ଥା ରହିଛି। ଭଳି କି ଭଳି ଦୋଳି ମଧ୍ୟ ପ୍ରସ୍ତୁତ ହେଲାଣି। ଏଥିସହ ବିଭିନ୍ନ ପ୍ରକାରର ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରିବାକୁ ଯୋଜନା କରିଛନ୍ତି ଆୟୋଜକ। ଭିଡକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି। ବିଶେଷକରି ଟ୍ରାଫିକ୍ ବ୍ୟବସ୍ଥା ନିୟନ୍ତ୍ରଣ କରିବାକୁ କମିସନରେଟ୍ ପୁଲିସ ବିଶେଷ ଯୋଜନା କରିଛି।

ଏବର୍ଷ ଓରମାସ୍‌ର ଷ୍ଟଲ୍‌ ସଂଖ୍ୟା ୪ଶହକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଥିବା ବେଳେ ପର୍ଯ୍ୟଟନ ବିଭାଗ ପକ୍ଷରୁ ବାଲିଯାତ୍ରାକୁ ପର୍ଯ୍ୟଟନ ପଞ୍ଜିକାରେ ସ୍ଥାନୀତ କରିବା ଉପରେ ଗୁରୁତ୍ବାରୋପ କରାଯାଇଛି। ସୂଚନା ଓ ଲୋକସଂପର୍କ ବିଭାଗ ଦ୍ୱାରା ଗଣମାଧ୍ୟମ ବିଜ୍ଞାପନ ମାଧ୍ୟମରେ ବାଲିଯାତ୍ରାର ବ୍ୟାପକ ପ୍ରଚାର ପ୍ରସାର ପାଇଁ ପ୍ରସ୍ତାବ ରହିଥିବା ବେଳେ ବାଲିଯାତ୍ରା ଉତ୍ସବକୁ ଜାତୀୟ ମାନ୍ୟତା ପ୍ରଦାନ ପାଇଁ ଲୋକସଂପର୍କ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ନେଇ ଏକ ଭ୍ରମଣ କାର୍ଯ୍ୟକ୍ରମ ଆୟୋଜନ କରିବାକୁ ପ୍ରସ୍ତାବ ରହିଛି। ସରକାର ଆର୍ଥିକ ଅନୁଦାନ ବୃଦ୍ଧି କରିବା ଲାଗି ମଧ୍ୟ ପ୍ରସ୍ତାବ ଦିଆଯାଇଛି। ବାଲିଯାତ୍ରାକୁ ସୁରକ୍ଷିତ ତଥା ଶୃଙ୍ଖଳିତ କରିବା ପାଇଁ ଟ୍ରାଫିକ ପରିଚାଳନା ସୁବ୍ୟବସ୍ଥିତ କରିବା, ଅତିରିକ୍ତ ଫୋର୍ସ ନିୟୋଜନ ଉପରେ ଗୁରୁତ୍ବ ଦିଆଯାଇଛି।

Leave A Reply

Your email address will not be published.