ପ୍ରମୁଖ ଖବର

ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ପରଲୋକ
ରକ୍ଷାବନ୍ଧନରେ ମହିଳାଙ୍କୁ ମାଗଣା ଆମ ବସ୍‌ ଯାତ୍ରା
ଏବେ ୩୫ ଟଙ୍କାରେ ମିଳିବ ପିଆଜ, ମହଙ୍ଗା ଦରକୁ ରୋକିବ କେନ୍ଦ୍ର
ନେପାଳରେ ହଠାତ୍ ବନ୍ୟା: ୭ ମୃତ, ୩୮୪ ନିଖୋଜ

ବିଜେଡିରେ ଯୋଗ ଦେଲେ ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍

0

ଭୁବନେଶ୍ବର: ଶେଷରେ ଦୀର୍ଘ ଦିନ ଧରି ଚର୍ଚ୍ଚାରେ ଥିବା ପାଣ୍ଡିଆନ୍ ସାର୍ ବିଜେଡିରେ ଯୋଗ ଦେଇଛନ୍ତି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଥିବା ଶ୍ରୀ ପାଣ୍ଡିଆନ୍ ଆଇଏଏସ୍ ଚାକିରିରୁ ସ୍ବେଚ୍ଛାକୃତ  ଅବସର ନେବା ପରେ ତାଙ୍କୁ ‘ନବୀନ ଓଡ଼ିଶା’ ଓ ୫ଟି ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଥିଲେ ମୁଖ୍ୟମନ୍ତ୍ରୀ।

ଉଲ୍ଲେଖଯୋଗ୍ୟ, ଆଜି ସକାଳେ ନବୀନ ନିବାସରେ ବିଜେଡିର ଏକ ଗୁରୁତ୍ୱପୁର୍ଣ୍ଣ ବୈଠକ ବସିଥିଲା। ଏହି ବୈଠକରେ ମନ୍ତ୍ରୀ ପ୍ରତାପ ଦେବ, ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସମୀର ଦାଶ, ସଞ୍ଜୟ ଦାସ ବର୍ମା, ପ୍ରସନ୍ନ ଆଚାର୍ଯ୍ୟ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଅରୁଣ ସାହୁ, ଅଶୋକ ପଣ୍ଡା ପ୍ରମୁଖ ଉପସ୍ଥତି ଥିଲେ। ସେହିପରି ବିଜେଡିର ଅନ୍ୟ କେତେକ ବରିଷ୍ଠ ନେତା ଓ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ। ସମସ୍ତଙ୍କ ଉପସ୍ଥିତିରେ ପାଣ୍ଡିଆନ ବିଜେଡିରେ ଯୋଗ ଦେଇଥିଲେ। ପରେ ମାଆ ତାରିଣୀଙ୍କ ଆଶିର୍ବାଦ ନେବାକୁ ସେ ଗଞ୍ଜାମ ତାରାତାରିଣୀ ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି। ପାଣ୍ଡିଆନ ବିଜେଡିରେ ଯୋଗ ଦେବା ପରେ ରାଜ୍ୟ ରାଜନୀତି ସରଗରମ ରହିଛି। ଆଗକୁ  ଶ୍ରୀ ପାଣ୍ଡିଆନଙ୍କୁ କେଉଁ ବଡ଼ ଦାୟିତ୍ୱ ମିଳୁଛି ତାକୁ ନେଇ ଚର୍ଚ୍ଚା ଜୋର ଧରିଛି। 

Leave A Reply

Your email address will not be published.