ପ୍ରମୁଖ ଖବର

ବିଜେପି ଛାଡି ବିଜେଡିରେ ସାମିଲ ହେଲେ ରମାରଞ୍ଜନ ବଳିୟାର ସିଂ
୨୦ତାରିଖ ଭୋଟ୍ ପାଇଁ ଗଞ୍ଜାମରେ ମୁତୟନ ହେଲେ ୨୦ କମ୍ପାନୀ କେନ୍ଦ୍ରୀୟ ଫୋର୍ସ
ବିଜେଡି କର୍ମୀଙ୍କ ଆକ୍ରମଣ ବିଜେପି କର୍ମୀଙ୍କ ମୃତ୍ୟୁ, ୩ ଜଣ ଗୁରୁତର ଆହତ
ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି, ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି
ପୁରୀରେ ସଫେଇ କର୍ମଚାରୀଙ୍କ ଉପରେ ବୋମା ମାଡ଼, ଘଟଣାରେ ଦୁଇ ଜଣ ସଫେଇ କର୍ମଚାରୀ ଆହତ

ବସ୍ ଧର୍ମଘଟ ପ୍ରତ୍ୟାହାର କଲେ ଘରୋଇ ବସ୍ ମାଲିକ ସଂଘ

0

ଭୁବନେଶ୍ବର: ବସ୍ ଧର୍ମଘଟ ପ୍ରତ୍ୟାହାର। ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା ପରେ ଧର୍ମଘଟ ପ୍ରତ୍ୟାହାର କରିଛି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ। ଆଜି ପରିବହନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ହୋଇଥିବା ବୈଠକରେ ଘରୋଇ ବସ୍ ମାଲିକ ସଂଘର ଦାବି ଉପରେ ଆଲୋଚନା ହୋଇଥିଲା।

ସୂଚନାଯୋଗ୍ୟ, ଅଲ ଓଡିଶା ଘରୋଇ ବସ ସଂଘ ରାଜ୍ୟ ସରକାରଙ୍କ ସହ ଆଲୋଚନା ପରେ ଧର୍ମଘଟ ପ୍ରତ୍ୟାହାର କରିବା ପାଇଁ ନିଷ୍ପତ୍ତି ନେଇଛି । ବସ ମାଲିକ ସଂଘ ଓ ରାଜ୍ୟ ସରକାରଙ୍କ ସହ ଆଲୋଚନା ସଫଳ ହୋଇଥିଲା । ବସ ମାଲିକ ସଂଘ ନିଜ ଦାବି ଲିଖିତ ଭାବେ ଦେବେ । ତାପରେ ଆଗକୁ ଆଲୋଚନା ହେବ

ରାଜ୍ୟ ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ସମର୍ଥନ କରୁଥିବା ବସ ମାଲିକ ସଂଘ ଆସନ୍ତା ୧ତାରିଖରେ ଆନ୍ଦୋଳନକୁ ଓହ୍ଲାଇବ ନାହିଁ ବୋଲି କହିଛନ୍ତି । ବୈଠକରେ ପରିବହନ ମନ୍ତ୍ରୀ ଟୁକୁନି ସାହୁଙ୍କ ସହ ପରିବହନ ସଚିବ, ଯୁଗ୍ମ ସଚିବ, ମୋ ବସର ପ୍ରତିନିଧି ଉପସ୍ଥିତ ଥିଲେ । ଘରୋଇ ବସ ମାଲିକ ସଂଘ ଲକ୍ଷ୍ମୀ ଯୋଜନାକୁ ବିରୋଧ କରୁନାହାନ୍ତି । ବସ ମାଲିକଙ୍କ ଯାହା ଦାବି ଯାହା ଅଛି ଲିଖିତ ଆକାରରେ ଦିଅନ୍ତୁ ବୋଲି କହିଛନ୍ତି ମନ୍ତ୍ରୀ ଟୁକୁନି ସାହୁ । 

Leave A Reply

Your email address will not be published.