ପ୍ରମୁଖ ଖବର

ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି
୬ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି, ନୀଳିଗିରି ପାଇଁ ସ୍ପଷ୍ଟ କଲାନି ଦଳ
ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନ ଭରିଲେ ଧର୍ମେନ୍ଦ୍ର ପ୍ରଧାନ, ହଜାର ହଜାର ସମର୍ଥକଙ୍କ ସହ ଉପ ଜିଲ୍ଲାପାଳ କାର୍ଯ୍ୟାଳୟରେ ଭରିଲେ ନାମାଙ୍କନ
ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ
୩ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି: ନୀଳଗିରିରୁ ସୁକାନ୍ତ ନାୟକ, କୋରେଇରୁ ସନ୍ଧ୍ୟାରାଣୀ ଦାସ ଓ ଖଣ୍ଡପଡାରୁ ସାବିତ୍ରୀ ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଛି
ସେହିଭଳି ଦେବଗଡ ଆସନରେ ପୂର୍ବରୁ ପ୍ରାର୍ଥୀ ଘୋଷଣା କରିଥିବା ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ବିଜେଡି ପ୍ରାର୍ଥୀ କରିଛି
ଆଦର୍ଶ ଆଚରଣ ଵିଧି ଉଲ୍ଲଂଘନ ଅଭିଯୋଗରେ ମିଶନଶକ୍ତିର ଦୁଇ ଜଣ ସିଆରପିଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ନିଲମ୍ବିତ କରିଛନ୍ତି
କଣ୍ଟାବାଞ୍ଜି ବିଧାନସଭା ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର: ସରକାରୀ ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ଲୋକଙ୍କ ଭରଷା ବଢିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଭିଡିଓ କନ୍‌ଫରେନ୍‌ସ ଜରିଆରେ ସାରା ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ସାରା ରାଜ୍ୟରେ ୧୧୪୦ କୋଟି ଟଙ୍କାର ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ୧୪୦ କୋଟି ଟଙ୍କା ବିନିଯୋଗରେ ୧୦୩ଟି ପ୍ରକଳ୍ପ ଉଦ୍‌ଘାଟନ କରିଥିବାବେଳେ ୧୦୦୦ କୋଟି ଟଙ୍କା ବ୍ୟୟରେ ୩୭୨ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ୫-ଟି ଉପକ୍ରମରେ ବିଭିନ୍ନ ପଦକ୍ଷେପ ଦ୍ୱାରା ସରକାରୀ ହସ୍ପିଟାଲଗୁଡିକରେ ରୂପାନ୍ତର ଆସିପାରିଛି। ଏହା ଦ୍ୱାରା ସରକାରୀ ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ଲୋକଙ୍କ ଭରଷା ବଢିଛି। ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଲୋକଙ୍କ ପାଇଁ ଆଶୀର୍ବାଦ ହୋଇଛି। ଲୋକମାନେ ସୁବିଧାରେ ବିନା ଖର୍ଚ୍ଚରେ ଉତ୍ତମ ସ୍ୱାସ୍ଥ୍ୟସେବା ପାଉଛନ୍ତି। ପ୍ରତି ମାସରେ ୧ ଲକ୍ଷରୁ ଅଧିକ ରୋଗୀ ଚିକିତ୍ସା ସୁବିଧା ପାଉଛନ୍ତି। ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ଏହା ଆମ ପ୍ରତିବଦ୍ଧତାର ପ୍ରତିଫଳନ।

ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଓଡିଶାକୁ ଏକ ରୋଲ୍ ମଡେଲ୍ କରିବା ଆମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଆଜିର ପ୍ରକଳ୍ପଗୁଡିକ ସ୍ୱାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ଏକ ବଡ ପରିବର୍ତ୍ତନ ଆଣିବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ଲକ୍ଷ୍ୟ ହେଉଛି ‘ସୁସ୍ଥ ଓଡିଶା ସୁଖୀ ଓଡିଶା’। ରାଜ୍ୟର ସବୁ ଲୋକ ଯେପରି ସୁବିଧାରେ ଉତ୍ତମ ସେବା ପାଇପାରିବେ ସେ ଦିଗରେ ଆମେ କାମ କରୁଛୁ ।

ରାଜ୍ୟର ସବୁ ଲୋକ ଯେପରି ସୁବିଧାରେ ଉତ୍ତମ ସେବା ପାଇପାରିବେ ସେ ଦିଗରେ ଆମେ କାମ କରୁଛୁ । ରାଜ୍ୟର ସରକାରୀ ହସ୍ପିଟାଲଗୁଡିକର ଭିତ୍ତିଭୂମିରେ ବହୁତ ପରିବର୍ତ୍ତନ ଆସିଛି ବୋଲି ପ୍ରକାଶ କରି କହିଥିଲେ ଯେ ଏସ୍.ସି.ବି. ମେଡିକାଲ୍ କଲେଜ୍‌କୁ ବିଶ୍ୱସ୍ତରୀୟ କରିବା ପାଇଁ କାମ ଚାଲିଛି। ନୂଆ ନୂଆ ମେଡିକାଲ କଲେଜ୍ ଖୋଲୁଛି। ବିଭିନ୍ନ ହସ୍ପିଟାଲରେ ନୂଆ ସୁବିଧାର ବିକାଶ ହେଉଛି। ନିୟମିତ ଭାବେ ଡାକ୍ତର ଓ ସହାୟକ କର୍ମଚାରୀ ପଦବୀ ପୂରଣ ହେଉଛି। ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟସେବା ମିଶନରେ ଭିତ୍ତିଭୂମି ବିକାଶ କାମ ଜାରି ରହିଛି। ଗତ ୫ ବର୍ଷରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ୧୨ ହଜାର କୋଟି ଟଙ୍କା ଖର୍ଚ୍ଚ କରାଯାଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟର ସବୁ ସ୍ତରରେ- ପ୍ରାଥମିକ ସ୍ୱାସ୍ଥ୍ୟ, ଗୋଷ୍ଠୀ ସ୍ୱାସ୍ଥ୍ୟ ଓ ଜିଲ୍ଲା ସ୍ୱାସ୍ଥ୍ୟ ସେବା ବ୍ୟବସ୍ଥାକୁ  ସୁଦୃଢ କରିବା ଆମର ଲକ୍ଷ୍ୟ।

Leave A Reply

Your email address will not be published.