ପ୍ରମୁଖ ଖବର

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ୍ ଦୁର୍ଘଟଣା; ୨ ମୃତ, ଅନେକ ଆହତ
ମୁଖ୍ୟମନ୍ତ୍ରୀଙ୍କ ପତାକା ପ୍ରଦର୍ଶନରେ ଆରମ୍ଭ ହେଲା ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’
୨୦ ଜୁନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, ପ୍ରକାଶ ପାଇଲା ମିନିଟ୍‌-ଟୁ-ମିନିଟ୍ କାର୍ଯ୍ୟସୂଚୀ
ନିର୍ମାଣାଧୀନ ପୋଲ ତଳକୁ ଖସିଗଲା ବାଇକ, ୨ ଯୁବକଙ୍କ ମୃତ୍ୟୁ
୧୮ରୁ ଖୋଲିବ ସମସ୍ତ ସ୍କୁଲ, ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ସ୍ପଷ୍ଟ କଲେ ଗଣଶିକ୍ଷା ମନ୍ତ୍ରୀ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୮ମୃତ, ୮ଗୁରୁତର

0

ଘଟଗାଁ: ତାରିଣୀଙ୍କୁ ଦର୍ଶନ କରିବା ପାଇଁ ଆସିଥିବା ଦୁଇ ପରିବାରଙ୍କ ଖୁସି ମଉଳି ଯାଇଛି। ଆଜି ସକାଳେ ଘଟଗାଁ ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ପ୍ରାଣ ହରାଇଛନ୍ତି ୮ ଲୋକ। ଏହାଛଡ଼ା  ୮ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ସଂକଟାପନ୍ନ ଥିବା କୁହାଯାଇଛି। ସେମାନଙ୍କୁ କଟକ ବଡ଼ ମେଡିକାଲକୁ ପଠାଯାଇଛି। ଏଣେ ଅନ୍ୟ ୫ ଗୁରୁତରଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ଘଟାଇଥିବା ଡ୍ରାଇଭର୍ କିନ୍ତୁ ଫେରାର ହୋଇଯାଇଛି।

ତେବେ ଦୁର୍ଘଟଣାରୁ ବର୍ତ୍ତିଯାଇଛନ୍ତି ପଛ ସିଟରେ ବସିଥିବା ଜଗଦୀଶ ଗୌଡ଼। ତାଙ୍କ କହିବା ଅନୁଯାୟୀ, ସେମାନେ ୧୮ଜଣ ଗାଡ଼ିରେ ଆସିଥିଲେ। ତାଙ୍କ ପରିବାର, ତାଙ୍କ ମାମୁଘର ଓ ସଙ୍ଗାତ ଘର ଲୋକେ ଘଟଗାଁ ଆସୁଥିଲେ। ସେମାନେ ରାତି ସାଢ଼େ ୮ଟା ସମୟରେ ଘରୁ ବାହାରିଥିଲେ।ତାରିଣୀ ମନ୍ଦିରର ମାତ୍ର ୩ କିଲୋମିଟର ଥିବା ବେଳେ ଘଟିଥଲା ମର୍ମନ୍ତୁଦ ଦୁର୍ଘଟଣା। ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକକୁ ଭ୍ୟାନ୍ ଧକ୍କା ଦେବାରୁ ୭ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୮ ଜଣ ଗୁରୁତର ଆହତ ହୋଇଛନ୍ତି। କେନ୍ଦୁଝର ଜିଲ୍ଲା ଏନଏଚ୍ ୨୦ ବାଲିଯୋଡ଼ି ନିକଟରେ ଆଜି ଭୋରରୁ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତାହତଙ୍କ ଘର ଦିଗପହଣ୍ଡି ବୋଲି ଜଣାଯାଇଛି।

ଦୁର୍ଘଟଣାରେ ଭ୍ୟାନ୍‌ଟି ଭାଙ୍ଗିରୁଜି ନଷ୍ଟ ହୋଇଯାଇଛି। କୁହୁଡି ଯୋଗୁ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା କୁହାଯାଉଥିବା ବେଳେ ପ୍ରକୃତ କାରଣ ସ୍ପଷ୍ଟ ହୋଇନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି।

Leave A Reply

Your email address will not be published.