ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସମ୍ଭାବ୍ୟ ବାତ୍ୟା ପାଇଁ ୫୪ଟି ଟ୍ରେନ୍‌ ବାତିଲ

0

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟାକୁ ଆଖି ଆଗରେ ରଖି ୫୪ଟି ଟ୍ରେନ୍‌କୁ ବାତିଲ କରିଛି ପୂର୍ବତଟ ରେଳବାଇ । ପୂର୍ବତଟରୁ ବାହାରୁଥିବା ୧୨ଟି ଏବଂ ପୂର୍ବତଟ ଦେଇ ଯାଉଥିବା ୪୨ଟି ଟ୍ରେନ୍‌କୁ ବାତିଲ କରାଯାଇଛି।

ବାତିଲ ଟ୍ରେନ୍‌ଗୁଡ଼ିକ ମଧ୍ୟରେ ରହିଛି ପୁରୀ-ଚେନ୍ନାଇ, ଭୁବନେଶ୍ୱର-ତିରୁପତି, ଭୁବନେଶ୍ୱର-ବେଙ୍ଗାଲୁରୁ ଆଦି ଟ୍ରେନ୍। ଏଥିସହ ବିଶାଖାପାଟଣାରୁ ଚେନ୍ନାଇ ଓ ତିରୁପତିକୁ ଯାଉଥିବା ଟ୍ରେନ୍ ବି ବାତିଲ ହୋଇଥିବା ସୂଚନା ମିଳିଛି। ସମ୍ଭାବ୍ୟ ବାତ୍ୟା ଓ ଯାତ୍ରୀଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇ ୫୪ଟି ଟ୍ରେନ୍‌କୁ ବାତିଲ କରାଯାଇଛି।

ଉଲ୍ଲେଖଯୋଗ୍ୟ, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା। ଆନ୍ଧ୍ରର ନେଲୋର ଓ ମଛଲିପଟ୍ଟନମ ମଝିରେ ଅତିକ୍ରମ କରିବ ବାତ୍ୟା। ଅତିକ୍ରମ ବେଳେ ପବନର ବେଗ ସର୍ବାଧିକ ୧୦୦ କିଲୋମିଟର ରହିବ। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କାଲିଠୁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲିଠୁ ୭ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ୫ ତାରିଖରୁ ବର୍ଷାର ବିସ୍ତୃତି ବଢ଼ିବ।

Leave A Reply

Your email address will not be published.