ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ ହେବା ଯୋଗୁଁ ଦୁଇ ଭାରତୀୟ ବାୟୁସେନା ପାଇଲଟଙ୍କ ମୃତ୍ୟୁ

0

ତେଲେଙ୍ଗାନା: ତେଲେଙ୍ଗାନା ଡିଣ୍ଡିଗୁଲ ବାୟୁସେନା ଏକାଡେମୀରେ ଟ୍ରେନିଂବେଳେ ଘଟିଛ ବଡ ଧରଣର ଅଘଟଣ । ପାଇଲଟସ୍ ଟ୍ରେନର ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ ହେବା ଯୋଗୁଁ ଦୁଇ ଭାରତୀୟ ବାୟୁସେନା ପାଇଲଟଙ୍କ ମୃତ୍ୟୁ ହୋଇଛି ।  ମୃତ ପାଇଲଟଙ୍କ ମଧ୍ୟରେ ଜଣେ ପ୍ରଶିକ୍ଷକ ଏବଂ ଜଣେ କ୍ୟାଡେଟ୍ ଥିବା ସୂଚନା ଦେଇଛନ୍ତି ଭାରତୀୟ ବାୟୁସେନା ଅଧିକାରୀ । 

ଭାରତୀୟ ବାୟୁସେନା ଅଧିକାରୀ କହିଛନ୍ତି କି, ସକାଳ ୮.୫୫ ମିନିଟରେ ତେଲେଙ୍ଗାନାର ଡିଣ୍ଡିଗୁଲରେ ଏୟାରଫୋର୍ସ ଏକାଡେମୀର ପିଲାଟସ ଟ୍ରେନିଂ ଏୟାରକ୍ରାଫ୍ଟ ଦୁର୍ଘଟଣାର ଶିକାର ହୋଇଥିଲା । ଏହି ଘଟଣାକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଦୁଃଖ ପ୍ରକାଶ କରିଛନ୍ତି ।

ତେବେ କେଉଁ କାରଣରୁ ଏହି ଦୁର୍ଘଟଣା ଘଟିଲା ସେ ନେଇ କୌଣସି ସୂଚନା ମିଳିନାହିଁ । ତଦନ୍ତ ଜାରି ରହିଥିବା ଭାରତୀୟ ବାୟୁସେନା ଅଧିକାରୀ ସୂଚନା ଦେଇଛନ୍ତି । ସୋସିଆଲ ମିଡିଆରେ ରାଜନାଥ ସିଂ ଲେଖିଛନ୍ତି, ‘ହାଇଦ୍ରାବାଦ ପାଖରେ ହୋଇଥିବା ବିମାନ ଦୁର୍ଘଟଣା ବିଷୟରେ ଜାଣି ଅତନ୍ତ ଦୁଃଖିତ । ଏଥିରେ ଦୁଇଜଣ ପାଇଲଟଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ । ତାଙ୍କ ପରିବାର ପ୍ରତି ମୋର ସମବେଦନା । 

Leave A Reply

Your email address will not be published.