ପ୍ରମୁଖ ଖବର

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: କଟକ ଓ ଭୁବନେଶ୍ୱର ପାଇଁ ରେଡ୍ ଆଲର୍ଟ ଜାରି
୪୨ ଡିଗ୍ରି ଉପରେ ୫ ସହର, ଭୁବନେଶ୍ବରରେ ତାପମାତ୍ରା ୪୪.୬ଡିଗ୍ରି ରେକର୍ଡ
୫ଟି ଅଧ୍ୟକ୍ଷଙ୍କ ବିରୁଦ୍ଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଲେ ବଳଭଦ୍ର ମାଝି
ଲୁଣା ନଦୀରେ ଅଘଟଣ; ବୁଡିଗଲେ ଦୁଇ ସାଙ୍ଗ, ଜଣେ ଉଦ୍ଧାର
ପୁରୀରେ ବ୍ୟାପିଲା ଝାଡ଼ାବାନ୍ତି, ଗଲାଣି ୨ ଜୀବନ

ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ ହେବା ଯୋଗୁଁ ଦୁଇ ଭାରତୀୟ ବାୟୁସେନା ପାଇଲଟଙ୍କ ମୃତ୍ୟୁ

0

ତେଲେଙ୍ଗାନା: ତେଲେଙ୍ଗାନା ଡିଣ୍ଡିଗୁଲ ବାୟୁସେନା ଏକାଡେମୀରେ ଟ୍ରେନିଂବେଳେ ଘଟିଛ ବଡ ଧରଣର ଅଘଟଣ । ପାଇଲଟସ୍ ଟ୍ରେନର ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ ହେବା ଯୋଗୁଁ ଦୁଇ ଭାରତୀୟ ବାୟୁସେନା ପାଇଲଟଙ୍କ ମୃତ୍ୟୁ ହୋଇଛି ।  ମୃତ ପାଇଲଟଙ୍କ ମଧ୍ୟରେ ଜଣେ ପ୍ରଶିକ୍ଷକ ଏବଂ ଜଣେ କ୍ୟାଡେଟ୍ ଥିବା ସୂଚନା ଦେଇଛନ୍ତି ଭାରତୀୟ ବାୟୁସେନା ଅଧିକାରୀ । 

ଭାରତୀୟ ବାୟୁସେନା ଅଧିକାରୀ କହିଛନ୍ତି କି, ସକାଳ ୮.୫୫ ମିନିଟରେ ତେଲେଙ୍ଗାନାର ଡିଣ୍ଡିଗୁଲରେ ଏୟାରଫୋର୍ସ ଏକାଡେମୀର ପିଲାଟସ ଟ୍ରେନିଂ ଏୟାରକ୍ରାଫ୍ଟ ଦୁର୍ଘଟଣାର ଶିକାର ହୋଇଥିଲା । ଏହି ଘଟଣାକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଦୁଃଖ ପ୍ରକାଶ କରିଛନ୍ତି ।

ତେବେ କେଉଁ କାରଣରୁ ଏହି ଦୁର୍ଘଟଣା ଘଟିଲା ସେ ନେଇ କୌଣସି ସୂଚନା ମିଳିନାହିଁ । ତଦନ୍ତ ଜାରି ରହିଥିବା ଭାରତୀୟ ବାୟୁସେନା ଅଧିକାରୀ ସୂଚନା ଦେଇଛନ୍ତି । ସୋସିଆଲ ମିଡିଆରେ ରାଜନାଥ ସିଂ ଲେଖିଛନ୍ତି, ‘ହାଇଦ୍ରାବାଦ ପାଖରେ ହୋଇଥିବା ବିମାନ ଦୁର୍ଘଟଣା ବିଷୟରେ ଜାଣି ଅତନ୍ତ ଦୁଃଖିତ । ଏଥିରେ ଦୁଇଜଣ ପାଇଲଟଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ । ତାଙ୍କ ପରିବାର ପ୍ରତି ମୋର ସମବେଦନା । 

Leave A Reply

Your email address will not be published.