ପ୍ରମୁଖ ଖବର

କଂଗ୍ରେସ ନିଜ ବିଫଳତା ପାଇଁ ଦେଶକୁ ବଦନାମ କରୁଛି : ମୋଦୀ
ସଡ଼କ ଦୁର୍ଘଟଣାରେ ଓଡ଼ିଶାର ଦୁଇ ପ୍ରତିଭାବାନ ଯୁବ ଆଥଲେଟ୍‌ଙ୍କ ମୃତ୍ୟୁ
ଡ୍ରାଇଭିଂ ଲାଇସେନ୍ସ ପାଇଁ ୭୫% ନମ୍ବର ବାଧ୍ୟତାମୂଳକ କରିବାକୁ ପ୍ରସ୍ତାବ
ସାଉଦି ଏୟାରପୋର୍ଟରେ ମିସାଇଲ ମାଡ଼, ଜଣେ ଭାରତୀୟଙ୍କ ସମେତ ୨ ମୃତ
ଛତିଶଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା, ୬ ମୃତ; ୩୦ରୁ ଅଧିକ ଆହତ
ଏସିଆନ୍ ପାରା ଗେମ୍ସରେ ଚମକିଲେ ଓଡ଼ିଆ ଝିଅ ଜୟନ୍ତୀ, ଜିତିଲେ ରୌପ୍ୟ
ଏବେ ଟ୍ରେନ୍‌ରେ ବସି ଅର୍ଡର କରିପାରିବେ ଆବଶ୍ୟକ ସାମଗ୍ରୀ, ବ୍ଲିଙ୍କିଟ୍‌ ସହ ରେଳବାଇର ସହଭାଗିତା
ଉତ୍ତରପ୍ରଦେଶରେ ଭାଜପାକୁ ଝଟ୍‌କା, ଦଳ ଛାଡ଼ିଲେ ପୂର୍ବତନ ବିଧାୟକ

ସ୍ଵାସ୍ଥ୍ୟସେବା କ୍ଷେତ୍ରରେ ୬ ମାସ ପାଇଁ ଏସ୍‌ମା ଲାଗୁ

0

ଭୁବନେଶ୍ବର: ସ୍ଵାସ୍ଥ୍ୟସେବା କ୍ଷେତ୍ରରେ ଆଗାମୀ ୬ ମାସ ପାଇଁ  ରାଜ୍ୟ ସରକାର ଏସେନସିଆଲ୍ ସର୍ଭିସେସ୍ ମେଣ୍ଟେନାନ୍ସ ଆକ୍ଟ (ଏସ୍‌ମା) ଲାଗୁ କରିଛନ୍ତି। ବୁଧବାର ଗୃହ ବିଭାଗ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି ହୋଇଛି।

ରାଜ୍ୟ ସରକାର ଏହି ନିୟମ ଆଜିଠାରୁ ଆଗାମୀ ମାସ ପାଇଁ ଲାଗୁ କରିଛନ୍ତି। ଫଳରେ ସରକାରୀ ଅନୁଦାନପ୍ରାପ୍ତ ସ୍ଵାସ୍ଥ୍ୟ ପ୍ରତିଷ୍ଠାନ ପାଇଁ ମଧ୍ୟ ଏହା ଲାଗୁ ହୋଇଛି। ଗୃହ ବିଭାଗ ପକ୍ଷରୁ ପ୍ରକାଶିତ ନିର୍ଦ୍ଦେଶନାମାରେ କୁହାଯାଇଛି ଯେ, ଜନସାଧାରଣଙ୍କ ଜରୁରୀ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏସ୍‌ମା ଲାଗୁ କରାଯାଇଛି

ଏସ୍‌ମା ଲାଗୁ ହୋଇଯିବା ପରେ ସରକାରୀ ସ୍ଵାସ୍ଥ୍ୟସେବାରେ ନିୟୋଜିତ କୌଣସି ସରକାରୀ କର୍ମଚାରୀ ଆନ୍ଦୋଳନ କିମ୍ବା ଧର୍ମଘଟ କରିପାରିବେ ନାହିଁ । ନର୍ସ, ପାରାମେଡିକାଲ, ଟେକ୍ନିସିଆନଙ୍କ ପାଇଁ ଏହି ଆଇନ କଡାକଡି ପାଳନ କରାଯିବ। ସେହିପରି ରାଜ୍ୟ ସରକାରଙ୍କ ୩ୟ ଓ ୪ର୍ଥ ଶ୍ରେଣୀ କର୍ମଚାରୀଙ୍କ ସହ ଚୁକ୍ତିଭିତ୍ତିକଙ୍କ ପାଇଁ ମଧ୍ୟ ଏସ୍‌ମା ଲାଗୁ ହୋଇଛି।

Leave A Reply

Your email address will not be published.