ପ୍ରମୁଖ ଖବର

ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍‌ ୩.୦’
ଟ୍ରକ୍‌ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ

ସୋଆରେ ସିପିଆର ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

0

ଭୁବନେଶ୍ୱର, ୦୬/୧୨ : ଯୁବ ସମାଜ ମଧ୍ୟରେ ହୃଦଘାତ ଜନିତ ମୃତ୍ୟୁକୁ ଏଡାଇବା ନିମନ୍ତେ ବୁଧବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନସେସ୍ (ଏସ୍‌ପିଏସ୍‌) ଠାରେ କାର୍ଡିଓ ପଲମ୍ୟୁନାରୀ ରେସୁସିଟେସନ୍ (ସିପିଆର) ବିଷୟରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଫାର୍ମାସୀ କାଉନ୍‌ସିଲ୍ ଅଫ୍ ଇଣ୍ଡିଆ( ପିସିଆଇ)ର ସହଯୋଗିତାରେ ନ୍ୟାସ୍‌ନାଲ୍ ବୋର୍ଡ ଅଫ୍ ଏଗଜାମିନେସନ୍ ଇନ୍ ମେଡିକାଲ୍ ସାଇନସେସ୍ (ଏନ୍‌ବିଇଏମଏସ) ଦ୍ୱାରା ଏହି ଅନ୍‌ଲାଇନ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।

ଏନ୍‌ବିଇଏମଏସ ର ସଭାପିତ ଡାକ୍ତର ଅଭିଜାତ ସେଠ ଏହି କାର୍ଯ୍ୟକ୍ରମକୁ ଉଦ୍ଘାଟନ କରି ଜିମରେ ବ୍ୟାୟାମ କରୁଥିବା ବେଳେ, ଦୌଡୁଥିବା ସମୟରେ ବା ଅନ୍ୟକୌଣସି ପରିଶ୍ରମ କରୁଥିବା ସମୟରେ ହୃଦଘାତ କୁ କିପରି ଏଡାଇ ଦିଆଯାଇ ପାରିବ ସେ ବିଷୟରେ ଆଲୋଚନା କରିଥିଲେ ।

ନୂଆଦିଲ୍ଲୀସ୍ଥିତ ସାର ଗଙ୍ଗାରାମ ହସ୍ପିଟାଲର ଡାକ୍ତର ସଞ୍ଜୀବ ମିତଲ ଓ ଡାକ୍ତର ଦେବାଶିଷ ଧର ସିପିଆର ବିଷୟରେ ବିଶଦ ଆଲୋଚନା କରିଥିଲେ । ସେମାନେ ବୁଝାଇଥିଲେ ଯେ କିପରି କେତେକ ସରଳ ପଦ୍ଧତି ଅନୁସରଣ କରି ହୃଦଘାତ ଜନିତ ସମସ୍ୟାରେ ରୋଗୀର ଜୀବନ ରକ୍ଷା କରା ଯାଇପାରିବ ।

ଏହି କାର୍ଯ୍ୟକ୍ରମକୁ ଏସପିଏସ୍ ର ଡେପୁଟି ଡିନ୍ ଡାକ୍ତର ପ୍ରତାପ କୁମାର ସାହୁ ପରିଚାଳିତ କରିଥିଲେ । ଏଥିରେ ଏସପିଏସ୍‌ର ଡିନ୍ ପ୍ରଫେସର ସୁଦାମ ଚନ୍ଦ୍ର ସି ଓ ଆଡିସ୍‌ନାଲ୍ ଡିନ୍ ଡାକ୍ତର ଦେବଜ୍ୟୋତି ଦାସ ଉପସ୍ଥିତ ଥିଲେ ।

Leave A Reply

Your email address will not be published.