ପ୍ରମୁଖ ଖବର

କଂଗ୍ରେସ ନିଜ ବିଫଳତା ପାଇଁ ଦେଶକୁ ବଦନାମ କରୁଛି : ମୋଦୀ
ସଡ଼କ ଦୁର୍ଘଟଣାରେ ଓଡ଼ିଶାର ଦୁଇ ପ୍ରତିଭାବାନ ଯୁବ ଆଥଲେଟ୍‌ଙ୍କ ମୃତ୍ୟୁ
ଡ୍ରାଇଭିଂ ଲାଇସେନ୍ସ ପାଇଁ ୭୫% ନମ୍ବର ବାଧ୍ୟତାମୂଳକ କରିବାକୁ ପ୍ରସ୍ତାବ
ସାଉଦି ଏୟାରପୋର୍ଟରେ ମିସାଇଲ ମାଡ଼, ଜଣେ ଭାରତୀୟଙ୍କ ସମେତ ୨ ମୃତ
ଛତିଶଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା, ୬ ମୃତ; ୩୦ରୁ ଅଧିକ ଆହତ
ଏସିଆନ୍ ପାରା ଗେମ୍ସରେ ଚମକିଲେ ଓଡ଼ିଆ ଝିଅ ଜୟନ୍ତୀ, ଜିତିଲେ ରୌପ୍ୟ
ଏବେ ଟ୍ରେନ୍‌ରେ ବସି ଅର୍ଡର କରିପାରିବେ ଆବଶ୍ୟକ ସାମଗ୍ରୀ, ବ୍ଲିଙ୍କିଟ୍‌ ସହ ରେଳବାଇର ସହଭାଗିତା
ଉତ୍ତରପ୍ରଦେଶରେ ଭାଜପାକୁ ଝଟ୍‌କା, ଦଳ ଛାଡ଼ିଲେ ପୂର୍ବତନ ବିଧାୟକ

ସଂସଦ ସୁରକ୍ଷାରେ ଅବହେଳା

0

ନୂଆଦିଲ୍ଲୀ: ଆଜି ଅପରାହ୍ଣରେ ୨ଜଣ ବ୍ୟକ୍ତି ଲୋକସଭାର ‘ଭିଜିଟର୍ସ ଗ୍ୟାଲେରି’ରୁ ଦୁଇ ଜଣ ଯୁବକ ଅଚାନକ ଲୋକସଭା ମଧ୍ୟକୁ ଡେଇଁ ପଡ଼ିଥିଲେ। ଉଭୟ ଗୃହ ମଧ୍ୟଭାଗକୁ ଯିବା ବେଳେ ସେମାନଙ୍କୁ କିଛି ସାଂସଦ କାବୁ କରିଥିଲେ। ଏହି ଘଟଣା ଘଟିବା ବେଳେ ଗୃହରେ ଆଲୋଚନା ଚାଲୁଥିଲା।

ପଶ୍ଚିମବଙ୍ଗରୁ ବିଜେପି ସାଂସଦ ସ୍ୱଗେନ ମୁର୍ମୁ ନିଜ କଥା ଗୃହରେ ରଖୁଥିଲେ। ଅଚାନକ ଘଟିଥିବା ଏହି ଘଟଣାରେ ସମସ୍ତେ ଚକିତ ହୋଇ ପଡ଼ିଥିଲେ। ଗୃହ ମାଇକରୁ ଶୁଣିବାକୁ ମିଳିଥିଲା ଯେ, କେହି ଦର୍ଶକ ଗ୍ୟାଲେରିରୁ ଖସି ପଡ଼ିଛନ୍ତି। ଏହା ପରେ .. ଧର.. ଧରର ସ୍ୱର ଶୁଣିବାକୁ ମିଳିଥିଲା। ଗୃହ ମଧ୍ଯରେ ଦୌଡୁଥିବା ବେଳେ ଯୁବକଙ୍କୁ କିଛି ସାଂସଦ କାବୁ କରିଥିଲେ। ଯୁବକଙ୍କର ନାମ ସାଗର ବୋଲି ଜଣାପଡିଛି ।

ଅନ୍ୟପକ୍ଷରେ ସଂସଦ ବାହାରେ ମଧ୍ଯ ବିରୋଧ ପ୍ରଦର୍ଶନ କରୁଥିବା ଦୁଇଜଣଙ୍କୁ ପୋଲିସ ଗିରଫ କରିଛି । ଗିରଫ ବ୍ୟକ୍ତିଙ୍କ ମଧ୍ଯରେ ଜଣେ ଯୁବତୀ ଅଛନ୍ତି । ସେମାନଙ୍କର ନାମ ହେଉଛି ଅମୋଲ ସିନ୍ଦେ ଓ ନିଲମ । ଉଭୟ ସ୍ମୋକ୍ ବମ୍ ରଖିଥିଲେ ଓ ସେଥିରୁ ହଳଦିଆ ରଙ୍ଗର ଧୂଆଁ ବାହାରୁଥିଲା। ଅଭିଯୁକ୍ତଙ୍କୁ ସଂସଦ ମାର୍ଗ ଥାନାକୁ ନିଆଯାଇଛି । ସେଠାରେ ସେମାନଙ୍କୁ ପଚରାଉଚରା କରାଯାଉଛି ।

ଏହି ଘଟଣାକୁ ବିରାଟ ସୁରକ୍ଷାଗତ ତ୍ରୁଟି ବୋଲି କୁହାଯାଉଥିବା ବେଲେ ସାଂସଦ ଅଭିଯୋଗ କରିଛନ୍ତି ଯେ, ଯୁବକ ଦୁଇଜଣଙ୍କୁ ଧରିବା ସମୟରେ ସୁରକ୍ଷାକର୍ମୀଙ୍କ ଚିହ୍ନବର୍ଣ୍ଣ ନଥିଲା । ସାଂସଦ ମାନେ ଏକାଠି ହୋଇ ଏହି ଯୁବକ ଦ୍ୱୟଙ୍କୁ ଧରିଥିଲେ ।

Leave A Reply

Your email address will not be published.