ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

ଆସନ୍ତା ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ହେବ ମାଟ୍ରିକ ପରୀକ୍ଷା

0

କଟକ: ଆସନ୍ତା ଫେବ୍ରୁଆରି ୨୦ ତାରିଖ ଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏନେଇ ସାମ୍ବାଦିକ ସମ୍ମିଳନୀରେ ବୁଧବାର ମାଧ୍ୟମିକ ଶିକ୍ଷା ବୋର୍ଡର ସଭାପତି ସୂଚନା ଦେଇଛନ୍ତି।

ଉଲ୍ଲେଖଯୋଗ୍ୟ, ଫେବ୍ରୁଆରି ୨୦ରେ ଓଡ଼ିଆ ପରୀକ୍ଷା ଥିବା ବେଳେ ୨୩ରେ ଇଂରାଜୀ, ୨୬ରେ ଗଣିତ, ୨୮ରେ ହିନ୍ଦୀ/ସଂସ୍କୃତ, ମାର୍ଚ୍ଚ ୨ରେ ବିଜ୍ଞାନ ଓ ୪ରେ ସାମାଜିକ ବିଜ୍ଞାନ ପରୀକ୍ଷା ଅନୁଷ୍ଠିତ ହେବ। ମୋଟ ୨୯୯୧ଟି କେନ୍ଦ୍ରରେ ପରୀକ୍ଷା ଦେବେ ୫ ଲକ୍ଷ ୫୧ ହଜାର ୬୧୧ ପିଲା। ମାର୍ଚ୍ଚ ୧୫ ତାରିଖରୁ ଖାତା ଦେଖା ଆରମ୍ଭ ହେବ ବୋଲି ବୋର୍ଡ ସଭାପତି ସୂଚନା ଦେଇଛନ୍ତି।

ଏଥର ମାଟ୍ରିକ ପରୀକ୍ଷାକୁ ମନିଟରିଂ କରିବ AI କ୍ୟାମେରା। ଷ୍ଟ୍ରଙ୍ଗରୁମ୍‌‌, DEO ଅଫିସ ଓ ପରୀକ୍ଷା ହଲରେ ଲାଗିବ AI କ୍ୟାମେରା। AI କ୍ୟାମେରା ଅପରେଟିଂ ପାଇଁ କମାଣ୍ଡ ରୁମରେ ୭/୮ ଜଣ ରହିବେ। କିଛି ତ୍ରୁଟି ପରିଲକ୍ଷିତ ହେଲେ କମାଣ୍ଡ ରୁମ୍‌କୁ ଜଣାଇବ AI କ୍ୟାମେରା। ପ୍ରେସମିଟ୍‌ରେ ମାଧ୍ୟମିକ ଶିକ୍ଷା ପରିଷଦ ବା ବୋର୍ଡ କର୍ତ୍ତୃପକ୍ଷ ଏହି ସୂଚନା ଦେଇଛନ୍ତି। 

Leave A Reply

Your email address will not be published.