ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

ଆସନ୍ତା ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ହେବ ମାଟ୍ରିକ ପରୀକ୍ଷା

0

କଟକ: ଆସନ୍ତା ଫେବ୍ରୁଆରି ୨୦ ତାରିଖ ଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏନେଇ ସାମ୍ବାଦିକ ସମ୍ମିଳନୀରେ ବୁଧବାର ମାଧ୍ୟମିକ ଶିକ୍ଷା ବୋର୍ଡର ସଭାପତି ସୂଚନା ଦେଇଛନ୍ତି।

ଉଲ୍ଲେଖଯୋଗ୍ୟ, ଫେବ୍ରୁଆରି ୨୦ରେ ଓଡ଼ିଆ ପରୀକ୍ଷା ଥିବା ବେଳେ ୨୩ରେ ଇଂରାଜୀ, ୨୬ରେ ଗଣିତ, ୨୮ରେ ହିନ୍ଦୀ/ସଂସ୍କୃତ, ମାର୍ଚ୍ଚ ୨ରେ ବିଜ୍ଞାନ ଓ ୪ରେ ସାମାଜିକ ବିଜ୍ଞାନ ପରୀକ୍ଷା ଅନୁଷ୍ଠିତ ହେବ। ମୋଟ ୨୯୯୧ଟି କେନ୍ଦ୍ରରେ ପରୀକ୍ଷା ଦେବେ ୫ ଲକ୍ଷ ୫୧ ହଜାର ୬୧୧ ପିଲା। ମାର୍ଚ୍ଚ ୧୫ ତାରିଖରୁ ଖାତା ଦେଖା ଆରମ୍ଭ ହେବ ବୋଲି ବୋର୍ଡ ସଭାପତି ସୂଚନା ଦେଇଛନ୍ତି।

ଏଥର ମାଟ୍ରିକ ପରୀକ୍ଷାକୁ ମନିଟରିଂ କରିବ AI କ୍ୟାମେରା। ଷ୍ଟ୍ରଙ୍ଗରୁମ୍‌‌, DEO ଅଫିସ ଓ ପରୀକ୍ଷା ହଲରେ ଲାଗିବ AI କ୍ୟାମେରା। AI କ୍ୟାମେରା ଅପରେଟିଂ ପାଇଁ କମାଣ୍ଡ ରୁମରେ ୭/୮ ଜଣ ରହିବେ। କିଛି ତ୍ରୁଟି ପରିଲକ୍ଷିତ ହେଲେ କମାଣ୍ଡ ରୁମ୍‌କୁ ଜଣାଇବ AI କ୍ୟାମେରା। ପ୍ରେସମିଟ୍‌ରେ ମାଧ୍ୟମିକ ଶିକ୍ଷା ପରିଷଦ ବା ବୋର୍ଡ କର୍ତ୍ତୃପକ୍ଷ ଏହି ସୂଚନା ଦେଇଛନ୍ତି। 

Leave A Reply

Your email address will not be published.