ପ୍ରମୁଖ ଖବର

କଂଗ୍ରେସ ନିଜ ବିଫଳତା ପାଇଁ ଦେଶକୁ ବଦନାମ କରୁଛି : ମୋଦୀ
ସଡ଼କ ଦୁର୍ଘଟଣାରେ ଓଡ଼ିଶାର ଦୁଇ ପ୍ରତିଭାବାନ ଯୁବ ଆଥଲେଟ୍‌ଙ୍କ ମୃତ୍ୟୁ
ଡ୍ରାଇଭିଂ ଲାଇସେନ୍ସ ପାଇଁ ୭୫% ନମ୍ବର ବାଧ୍ୟତାମୂଳକ କରିବାକୁ ପ୍ରସ୍ତାବ
ସାଉଦି ଏୟାରପୋର୍ଟରେ ମିସାଇଲ ମାଡ଼, ଜଣେ ଭାରତୀୟଙ୍କ ସମେତ ୨ ମୃତ
ଛତିଶଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା, ୬ ମୃତ; ୩୦ରୁ ଅଧିକ ଆହତ
ଏସିଆନ୍ ପାରା ଗେମ୍ସରେ ଚମକିଲେ ଓଡ଼ିଆ ଝିଅ ଜୟନ୍ତୀ, ଜିତିଲେ ରୌପ୍ୟ
ଏବେ ଟ୍ରେନ୍‌ରେ ବସି ଅର୍ଡର କରିପାରିବେ ଆବଶ୍ୟକ ସାମଗ୍ରୀ, ବ୍ଲିଙ୍କିଟ୍‌ ସହ ରେଳବାଇର ସହଭାଗିତା
ଉତ୍ତରପ୍ରଦେଶରେ ଭାଜପାକୁ ଝଟ୍‌କା, ଦଳ ଛାଡ଼ିଲେ ପୂର୍ବତନ ବିଧାୟକ

ଜାନୁଆରୀ ୨ରୁ ଯୁକ୍ତଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା

0

ଭୁବନେଶ୍ବର: ଯୁକ୍ତଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା ଆସନ୍ତା ଜାନୁଆରୀ ୨ରୁ ଆରମ୍ଭ ହେଉଛି। ଏଥିପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-ସିଏଚ୍‌ଏସ୍‌ଇ ପକ୍ଷରୁ ଆସନ୍ତା ୨୬ ତାରିଖଠାରୁ ପରୀକ୍ଷା କେନ୍ଦ୍ରଗୁଡ଼ିକୁ ପରୀକ୍ଷା ସମ୍ପର୍କିତ ଫର୍ମ, ପ୍ରଶ୍ନପତ୍ର ଓ ଉତ୍ତର ଖାତା ପଠାଯିବ । ଡିସେମ୍ବର ୩୧ ସୁଦ୍ଧା ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଏସବୁ ପହଞ୍ଚିବ।

ପରୀକ୍ଷା ଅଧୀକ୍ଷକମାନେ ପ୍ରଶ୍ନପତ୍ର, ଉତ୍ତର ଖାତା ସମେତ ଅନ୍ୟାନ୍ୟ କାଗଜପତ୍ର ଗ୍ରହଣ କରିବା ସମୟରେ ଭଲ ଭାବେ ଯାଞ୍ଚ କରିବେ। ପ୍ରଶ୍ନ କିମ୍ବା ଉତ୍ତର ଖାତା‌ରେ ତ୍ରୁଟି ଥିଲେ ସଙ୍ଗେ ସଙ୍ଗେ ପରୀକ୍ଷା ନିୟନ୍ତ୍ରକଙ୍କୁ ଫୋନ୍‌ କରି ଜଣାଇବାକୁ କୁହାଯାଇଛି । ପରୀକ୍ଷା ସରିବା ପରେ ପ୍ରଶ୍ନପତ୍ର ଓ ପ୍ୟାକେଟ୍‌ ସାମଗ୍ରୀକୁ ସେମାନେ ସାଇତି ରଖିବେ । ୨୦୨୪ ଯୁକ୍ତଦୁଇ ପରୀକ୍ଷାଫଳ ପ୍ରକାଶ ପାଇବା ପରେ ଅତି କମ୍‌ରେ ଏକ ମାସ ପର୍ଯ୍ୟନ୍ତ ସେଗୁଡ଼ିକୁ ଯତ୍ନର ସହ ରଖିବାକୁ କୁହାଯାଇଛି ।

ଜାନୁଆରୀ ୨ରୁ ୧୨ ତାରିଖ ପର୍ଯ୍ୟନ୍ତ ବିଜ୍ଞାନ, କଳା ଓ ବାଣିଜ୍ୟ ବିଭାଗର ବିଭିନ୍ନ ବିଷୟ ପରୀକ୍ଷା ହେବ । ଇଣ୍ଟିଗ୍ରେଟେଡ୍‌ ଭୋକେସନାଲ ପାଠ୍ୟକ୍ରମର ପ୍ରାକ୍ଟିକାଲ୍‌ କରିବାକୁ ମଧ୍ୟ ନିଷ୍ପତ୍ତି ହୋଇଛି। ୧୫ ମାର୍କ ବିଶିଷ୍ଟ ପ୍ରାକ୍ଟିକାଲ୍‌ ପାଇଁ ୨ ଘଣ୍ଟା, ୬୦, ୩୦ ଓ ୨୦ ମାର୍କ ପରୀକ୍ଷା ପାଇଁ ୩ ଘଣ୍ଟା ଧାର୍ଯ୍ୟ ହୋଇଛି। ‌ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭିକୁ ବାଧ୍ୟତାମୂଳକ କରାଯାଇଛି। ଫେବ୍ରୁଆରୀ ୧୬ରୁ ଯୁକ୍ତ ୨ ଥିଓରି ପରୀକ୍ଷା ଆରମ୍ଭ ହେବ ବୋଲି ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.