ପ୍ରମୁଖ ଖବର

ସ୍ବର୍ଗତଃ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ପଚରାଉଚରା ସୂଚନା। ଆୟକର ବିଭାଗର ପଚରାଉଚରା ସୂଚନା। ପ୍ରାୟ ୪ ଘଣ୍ଟା ଧରି ପଚରାଉଚରା କରାଯାଇଥିବା ପ୍ରାଥମିକ ସୂଚନା
।ବିଜେପିରୁ ବରିଷ୍ଠ ନେତା ବିଜୟ ମହାପାତ୍ର ବହିଷ୍କୃତ, ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ବହିଷ୍କୃତ
ବିଜେଡି କର୍ମୀଙ୍କ ଆକ୍ରମଣ ବିଜେପି କର୍ମୀଙ୍କ ମୃତ୍ୟୁ, ୩ ଜଣ ଗୁରୁତର ଆହତ
ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି, ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି
ପୁରୀରେ ସଫେଇ କର୍ମଚାରୀଙ୍କ ଉପରେ ବୋମା ମାଡ଼, ଘଟଣାରେ ଦୁଇ ଜଣ ସଫେଇ କର୍ମଚାରୀ ଆହତ

ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା

0

ଭୁବନେଶ୍ବର: ଆସନ୍ତା ବର୍ଷ ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା । ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବାକୁ ଥିବା ଏହି ପରୀକ୍ଷା ମାର୍ଚ୍ଚ ୨୦ ଯାଏଁ ଚାଲିବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଫେବ୍ରୁଆରୀ ୧୬ରୁ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଆରମ୍ଭ ହେବ । ଏହା ପର ଦିନ ଅର୍ଥାତ ୧୭ ତାରିଖରୁ ବାଣିଜ୍ୟ ଓ କଳା ପରୀକ୍ଷା ଆରମ୍ଭ ହେବ।

ତେବେ ମିଳିଥିବା ସୂଚନା ଆଧାରରେ ଚଳିତ ବର୍ଷ ବିଜ୍ଞାନରେ ପ୍ରାୟ ୯୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଏହା ସହ କଳାରେ ପ୍ରାୟ ୪ଲକ୍ଷ ଓ ବାଣିଜ୍ୟରେ ପ୍ରାୟ ୭୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବା ନେଇ ସୂଚନା ରହିଛି ।

Leave A Reply

Your email address will not be published.