ପ୍ରମୁଖ ଖବର

ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍‌ ୩.୦’
ଟ୍ରକ୍‌ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ

ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା

0

ଭୁବନେଶ୍ବର: ଆସନ୍ତା ବର୍ଷ ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା । ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବାକୁ ଥିବା ଏହି ପରୀକ୍ଷା ମାର୍ଚ୍ଚ ୨୦ ଯାଏଁ ଚାଲିବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଫେବ୍ରୁଆରୀ ୧୬ରୁ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଆରମ୍ଭ ହେବ । ଏହା ପର ଦିନ ଅର୍ଥାତ ୧୭ ତାରିଖରୁ ବାଣିଜ୍ୟ ଓ କଳା ପରୀକ୍ଷା ଆରମ୍ଭ ହେବ।

ତେବେ ମିଳିଥିବା ସୂଚନା ଆଧାରରେ ଚଳିତ ବର୍ଷ ବିଜ୍ଞାନରେ ପ୍ରାୟ ୯୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଏହା ସହ କଳାରେ ପ୍ରାୟ ୪ଲକ୍ଷ ଓ ବାଣିଜ୍ୟରେ ପ୍ରାୟ ୭୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବା ନେଇ ସୂଚନା ରହିଛି ।

Leave A Reply

Your email address will not be published.