ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ନିର୍ବାଚନ ଲଢିବେ ନାହିଁ ୫-ଟି ଓ ନବୀନ ଓଡ଼ିଶା ଅଧ୍ଯକ୍ଷ

0

ଭୁବନେଶ୍ୱର: ଆଗାମୀ ନିର୍ବାଚନରେ ପ୍ରତିଦ୍ୱିନ୍ଦ୍ୱିତା କରିବେ ନାହିଁ ୫-ଟି ଓ ନବୀନ ଓଡ଼ିଶା ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନ। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ବିଜେଡିର ବରିଷ୍ଠ ଉପସଭାପତି ଦେବୀ ମିଶ୍ର। ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଶେଷ ହେବା ପରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏସମ୍ପର୍କରେ ସୂଚନା ଦେଇ ସେ କହିଥିଲେ ଯେ, କାର୍ତ୍ତିକ ପାଣ୍ଡିଆନ ଜନସେବା ପାଇଁ ପ୍ରଶାସନିକ ସେବା ଚାକିରି ଛାଡ଼ିଛନ୍ତି । ଆଗକୁ ମଧ୍ଯ ଜନସେବା ଜାରି ରଖିବେ । ତେବେ ସେ ନିର୍ବାଚନ ଲଢିବେ ନାହିଁ ।

ଏହାକୁ ନେଇ ବିଜେଡି ନେତା ରବୀନ୍ଦ୍ର ଜେନା କହିଛନ୍ତି, ଭି.କେ ପାଣ୍ଡିଆନ ନିର୍ବାଚନ ନ ଲଢିବା ନେଇ ସ୍ପଷ୍ଟ କରିଛନ୍ତି। ଏପରିକି ୧୪୭ ଆସନରେ ମୁଖ୍ୟମନ୍ତ୍ରୀଙ୍କ ସହ ମିଶି ଦଳ ପାଇଁ କାମ କରିବେ ବୋଲି ପାଣ୍ଡିଆନ ବୈଠକରେ କହିଛନ୍ତି। ଦଳକୁ ଆହୁରି ସଙ୍ଗଠିତ କରିବା ସହ ଦଳୀୟ ନେତାଙ୍କ ସହ ମିଶି ପାଣ୍ଡିଆନ କାମ କରିବେ। ସୁଶାସିତ ରାଜ୍ୟ ଭାବେ ଯେପରି ଓଡ଼ିଶା ଦେଶରେ ପ୍ରତିଷ୍ଠା ଲାଭ କରିଛି, ଦଳକୁ ମଧ୍ୟ ଆହୁରି ଲୋକପ୍ରିୟ କରିବାକୁ କାମ କରିବେ ବୋଲି କହିଛନ୍ତି ପାଣ୍ଡିଆନ।

ସୂଚନାଯୋଗ୍ୟ ଯେ, ଶୁକ୍ରବାର ଦିନ ବିଜେଡି ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀରେ ୧୧ଟି ରାଜନୈତିକ, ୧୬ଟି ଧନ୍ୟବାଦ ପ୍ରସ୍ତାବ ପାରିତ ହୋଇଛି। ବିଜେଡି ସଭାପତି ତଥା  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକଙ୍କ ଅଧ୍ୟକ୍ଷତାରେ ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଛି। ୨୦୦୦ ମସିହାରୁ ବିଭିନ୍ନ ନିର୍ବାଚନରେ ଲଗାତର ବିଜୟ ପାଇଁ ଓଡିଶାବାସୀଙ୍କୁ କୃତଜ୍ଞତା ଜଣାଇଛି ବିଜେଡି। ଏହି ସଫଳତା ପାଇଁ କାର୍ଯ୍ୟକାରିଣୀରେ ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛି ଦଳ। ଜଗନ୍ନାଥ ସଂସ୍କୃତି ଓ ଚେତନାର ପ୍ରଚାର ପ୍ରସାର ତଥା ଶ୍ରୀଜଗନ୍ନାଥ ପରିକ୍ରମା ପ୍ରକଳ୍ପ ସହ ରାଜ୍ୟର ବିଭିନ୍ନ ମନ୍ଦିରର ନବକଳେବର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରାଯାଇଛି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଲୋକଙ୍କ ପାଇଁ ସଂଜୀବନୀ ହୋଇଛି। ଓଡିଶାରେ ସାମାଜିକ ସୁରକ୍ଷା ଓ ଖାଦ୍ୟ ନିରାପତ୍ତା କାର୍ଯ୍ୟକ୍ରମ ତଥା ସ୍ୱାସ୍ଥ୍ୟ ଭିତ୍ତିଭୂମିର ଦ୍ରୁତ ରୂପାନ୍ତରୀକରଣ ପାଇଁ ନବୀନଙ୍କୁ ଧନ୍ୟବାଦ ଦେଇ ପ୍ରସ୍ତାବ ପାରିତ ହୋଇଛି।

ସେହିପରି ମହିଳା ଓ ଯୁବ ବର୍ଗଙ୍କୁ ସଶକ୍ତ କରିବା ପାଇଁ ତଥା ରାଜ୍ୟର ଦ୍ରୁତ ଶିଳ୍ପାୟନ ସହିତ ନିଯୁକ୍ତି ଓ ଆତ୍ମନିଯୁକ୍ତି ସୁଯୋଗ ସୃଷ୍ଟି, ପୁଞ୍ଜିନିବେଶରେ ଓଡିଶା ଲଗାତର ଭାବେ ଭାରତର ଶୀର୍ଷ ୩ଟି ରାଜ୍ୟ ଭିତରେ ରହିଥିବା ନେଇ ଧନ୍ୟବାଦ ପ୍ରସ୍ତାବ ପାରିତ ହୋଇଛି। କ୍ରୀଡା ଭିତିଭୂମିର ବିକାଶ ଏବଂ ଆଇଟି କ୍ଷେତ୍ରରେ ଦ୍ରୁତ ବିକାଶ  କରି ଯୁବଶକ୍ତିର ଆକଂକ୍ଷାକୁ ପୂରଣ କରିବା ପାଇଁ ନବୀନ ସରକାର ନେଇଥିବା ବଳିଷ୍ଠ ପଦକ୍ଷେପକୁ କାର୍ଯ୍ୟକାରିଣୀରେ ପ୍ରଶଂସା କରାଯାଇଥିଲା। ଚାଷୀ ଓ ଚାଷର ଉନ୍ନତି ତଥା ଜଳସେଚନର ଅଭିବୃଦ୍ଧି ନବୀନ ସରକାରଙ୍କ ପ୍ରାଥମିକତା ଥିବାରୁ ନବୀନ ସରକାରଙ୍କୁ ଧନ୍ୟବାଦ ଦିଆଯାଇଥିଲା। ଅନୁସୁଚିତ ଜାତି ଓ ଜନଜାତି ତଥା ପଛୁଆ ବର୍ଗ, ସଂଖ୍ୟାଲଘୁଙ୍କ ପାଇଁ ନବୀନ ସରକାର ନେଇଥିବା ପଦକ୍ଷେପ ଓ କାର୍ଯ୍ୟକ୍ରମକୁ ଧନ୍ୟବାଦ ଦେଇ ପ୍ରସ୍ତାବ ପାରିତ ହୋଇଛି। ଟେକ୍ନୋଲୋଜିକୁ ଉପଯୋଗ କରି ୫-ଟି ରୂପାନ୍ତରଣରେ ଲୋକାଭିମୁଖୀ ପ୍ରଶାସନ ସହିତ ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟସ୍ତରରେ ରୂପାନ୍ତରୀକରଣ ପାଇଁ ପର୍ଯ୍ୟାପ୍ତ ଅର୍ଥ ମଂଜୁରୀ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ପ୍ରଦାନ କରାଯାଇଥିଲା।

Leave A Reply

Your email address will not be published.