ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ନିଜ ଜନ୍ମଦିନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଭଜନଲାଲ

0

ରାଜସ୍ଥାନ: ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭଜନଲାଲ ଶର୍ମା । ଶପଥ ପାଠ କରାଇଛନ୍ତି ରାଜ୍ୟପାଳ କଲରାଜ ମିଶ୍ରା । ରାଜସ୍ଥାନର ଜୟପୁରସ୍ଥିତ ଐତିହାସିକ ଆଲବର୍ଟ ହଲ୍‌ରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ କାରାଯାଇଛି ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ଭଜନଲାଲ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ-ମୁଖ୍ୟମନ୍ତ୍ରୀ ଦୀୟା କୁମାରୀ ଓ ପ୍ରେମଚାନ୍ଦ ବୈରୱା ମଧ୍ୟ ଶପଥଗ୍ରହଣ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ ମୋଦିଙ୍କ ସମେତ ବିଜେପିର ବରିଷ୍ଠ ନେତା ମଧ୍ୟ ଶପଥଗ୍ରହଣ ଉତ୍ସବରେ ସାମିଲ ହୋଇଛନ୍ତି । ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ସଭାପତି ଜେ.ପି ନଡ୍ଡା, ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଅନେକ କେନ୍ଦ୍ରମନ୍ତ୍ରୀ ମଧ୍ୟ ଏହି ଶପଥଗ୍ରହଣ ଉତ୍ସବରେ ସାମିଲ ହୋଇଛନ୍ତି ।ତେବେ, ଖୁସିର କଥା ହେଲା ଆଜି ଭଜନଲାଲଙ୍କର ଜନ୍ମଦିନ । ନିଜ ଜନ୍ମଦିନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଭଜନଲାଲ ।

Leave A Reply

Your email address will not be published.