ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

ନିଜ ଜନ୍ମଦିନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଭଜନଲାଲ

0

ରାଜସ୍ଥାନ: ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭଜନଲାଲ ଶର୍ମା । ଶପଥ ପାଠ କରାଇଛନ୍ତି ରାଜ୍ୟପାଳ କଲରାଜ ମିଶ୍ରା । ରାଜସ୍ଥାନର ଜୟପୁରସ୍ଥିତ ଐତିହାସିକ ଆଲବର୍ଟ ହଲ୍‌ରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ କାରାଯାଇଛି ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ଭଜନଲାଲ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ-ମୁଖ୍ୟମନ୍ତ୍ରୀ ଦୀୟା କୁମାରୀ ଓ ପ୍ରେମଚାନ୍ଦ ବୈରୱା ମଧ୍ୟ ଶପଥଗ୍ରହଣ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ ମୋଦିଙ୍କ ସମେତ ବିଜେପିର ବରିଷ୍ଠ ନେତା ମଧ୍ୟ ଶପଥଗ୍ରହଣ ଉତ୍ସବରେ ସାମିଲ ହୋଇଛନ୍ତି । ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ସଭାପତି ଜେ.ପି ନଡ୍ଡା, ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଅନେକ କେନ୍ଦ୍ରମନ୍ତ୍ରୀ ମଧ୍ୟ ଏହି ଶପଥଗ୍ରହଣ ଉତ୍ସବରେ ସାମିଲ ହୋଇଛନ୍ତି ।ତେବେ, ଖୁସିର କଥା ହେଲା ଆଜି ଭଜନଲାଲଙ୍କର ଜନ୍ମଦିନ । ନିଜ ଜନ୍ମଦିନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଭଜନଲାଲ ।

Leave A Reply

Your email address will not be published.