ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

ବଲିଉଡ୍ ଅଭିନେତା ଶ୍ରେୟସ ତଲପଡେଙ୍କୁ ହୃଦଘାତ

0

ମୁମ୍ୱାଇ: ଫିଲ୍ମ ସୁଟିଂ ବେଳେ ହାର୍ଟଆଟାକ୍। ବଲିଉଡ୍ ଅଭିନେତା ଶ୍ରେୟସ ତଲପଡେଙ୍କୁ ହୃଦଘାତ । ଫିଲ୍ମର ସୁଟିଂ କରୁଥିବାବେଳେ ହୃଦଘାତ ହୋଇଥିବା ସୂଚନା ମିଳିଛି। ଆକ୍ଟର ଅକ୍ଷୟ କୁମାରଙ୍କ ସହ ‘ୱେଲକମ ଟୁ ଦ ଜଙ୍ଗଲ’ ଫିଲ୍ମର ସୁଟିଂ ସମୟରେ ତାଙ୍କୁ ହୃଦଘାତ ହୋଇଥିବା ଜଣାପଡ଼ିଛି। ସୁଟିଂ ଶେଷ କରିବା ପରେ ସେ ଚେତାଶୂନ୍ୟ ହୋଇ ତଳେ ପଡ଼ି ଯାଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ମୁମ୍ବାଇ ବେଲେଭ୍ୟୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ହସ୍ପିଟାଲରେ ଆଞ୍ଜିଓପ୍ଲାଷ୍ଟି କରିବା ପରେ ଏବେ ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ସୂଚନା ମିଳିଛି । ତାଙ୍କ ସ୍ବାସ୍ଥ୍ୟବସ୍ଥା ଉପରେ ସ୍ବତନ୍ତ୍ର ଡାକ୍ତରୀ ଦଳ ନଜର ରଖିଛି।

ସୂଚନାଯୋଗ୍ୟ, ଗୁରୁବାର ସନ୍ଧ୍ୟା ବେଳେ ଶ୍ରେୟସ୍‌ଙ୍କର ହୃଦ୍‌ଘାତ ହେବାରୁ ତାଙ୍କୁ ମୁମ୍ବାଇ ଅନ୍ତର୍ଗତ ଅନ୍ଧେରୀ ଅଞ୍ଚଳରେ ଥିବା ବେଲିଭ୍ୟୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯିବା ପରେ ରାତି ୧୦ଟାରେ ତାଙ୍କର ‘ଆଞ୍ଜିଓପ୍ଲାଷ୍ଟି’ କରାଗଲା। ଏଥିପାଇଁ କରାଯାଇଥିବା ଅସ୍ତ୍ରୋପଚାର ସଫଳ ହୋଇଛି ଓ ସେ ଭଲ ଅଛନ୍ତି ବୋଲି ଡାକ୍ତରମାନେ କହିଛନ୍ତି। ଗୁରୁବାର ସନ୍ଧ୍ୟା ସମୟରେ ‘ୱେଲ୍‌କମ୍‌ ଟୁ ଦି ଜଙ୍ଗଲ୍‌’ ଚଳଚ୍ଚିତ୍ର ନିମନ୍ତେ ସୁଟିଙ୍ଗ୍‌ ସାରିବା ପରେ ସେ ଅଶ୍ବସ୍ତି ଅନୁଭବ କରିଥିଲେ। ପରେ ପରେ ହୃଦ୍‌ଘାତ ଯୋଗୁଁ ପଡ଼ିଯିବାରୁ ତୁରନ୍ତ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା।

Leave A Reply

Your email address will not be published.