ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଧନୁ ସଂକ୍ରାନ୍ତି ଲାଗି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

0

ପୁରୀ: ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଏହି ତିଥିରେ ଶ୍ରୀମନ୍ଦିରରେ ପାଳିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୁଡ଼ାନ୍ତ ହୋଇଥିବା ନୀତିନିର୍ଘଣ୍ଟ ଅନୁଯାୟୀ ରାତ୍ର ୨ଟା ରୁ ଦ୍ୱାର ଫିଟା ହେବା ସହ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ପହିଲି ଭୋଗ ଲାଗି ହୋଇଛି । ପହିଲି ଭୋଗରେ ବିରି, ଗହମଚୂନା, ଘୃତ ପାଗ ହୋଇଥିବା ପିଠା ଏବଂ ଧନୁ ମୁଆଁ ଲାଗି ହୋଇଛି । 

ଗୋପାଳବଲ୍ଲଭ ପରେ ପହିଲି ଭୋଗ ସମ୍ପନ୍ନ ହୋଇଛି । ବହୁ ପ୍ରତିକ୍ଷୀତ ପହିଲି ଭୋଗର ମହତ୍ୱ ଅନ୍ୟ ଦିନ ମିଳୁଥିବା ଭୋଗ ତୁଳନାରେ ସ୍ୱତନ୍ତ୍ର ସ୍ଥାନ ରହିଛି । କୁହାଯାଏ ଯେ ଆଜିଠାରୁ ମା ଲକ୍ଷ୍ମୀ ନିଜ ବାପ ଘରକୁ ଯାଇଥାନ୍ତି । ତେଣୁ ଶ୍ରୀମନ୍ଦିରରେ ମା ଲକ୍ଷ୍ମୀଙ୍କ ଅନୁପସ୍ଥିତ ବେଳେ ମା ଯଶୋଦା ପ୍ରଭୁ ଜଗନ୍ନାଥ, ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କ ପାଇଁ ବ୍ୟଞ୍ଜନ ପ୍ରସ୍ତୁତ କରନ୍ତି । ଆଜି ଠାରୁ ଶ୍ରୀଜଗନ୍ନାଥଙ୍କ ପାଖରେ ପହିଲି ଭୋଗ ଆରମ୍ଭ ହୋଇ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲିଥାଏ । ପୌଷ ମାସର ପବିତ୍ରତା ଯୋଗୁଁ ପୁଷ୍ୟାଭିଷେକ ପାଳିତ ହୋଇଥାଏ ।

ସେହିପରି ଧନୁ ସଂକ୍ରାନ୍ତିରେ ଲିଙ୍ଗରାଜ ମନ୍ଦିରରେ ଲାଗିଛି ଭକ୍ତଙ୍କ ଗହଳି । ସକାଳୁ ସକାଳୁ ଭୋଳାଶଙ୍କରଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ଆଜିଠୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଏକ ମାସ ଧରି ଲିଙ୍ଗରାଜଙ୍କ ପାଖରେ ମଧ୍ୟ ଧନୁ ମୁଆଁ ଭୋଗ ହେବ। ବାକି ୧୧ ମାସ ସୁଖିଲା ଭୋଗ ଭାବେ କୋରା ଖଇ ଭୋଗ ହେବ। ସେହିପରି ଓଡ଼ିଶାର ବ୍ରହ୍ମପୁର ସହରରେ ଧନୁମୁଆଁର ଚାହିଦା ବେଶ ରହିଛି ।

Leave A Reply

Your email address will not be published.