ପ୍ରମୁଖ ଖବର

ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି
୬ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି, ନୀଳିଗିରି ପାଇଁ ସ୍ପଷ୍ଟ କଲାନି ଦଳ
ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନ ଭରିଲେ ଧର୍ମେନ୍ଦ୍ର ପ୍ରଧାନ, ହଜାର ହଜାର ସମର୍ଥକଙ୍କ ସହ ଉପ ଜିଲ୍ଲାପାଳ କାର୍ଯ୍ୟାଳୟରେ ଭରିଲେ ନାମାଙ୍କନ
ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ
୩ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି: ନୀଳଗିରିରୁ ସୁକାନ୍ତ ନାୟକ, କୋରେଇରୁ ସନ୍ଧ୍ୟାରାଣୀ ଦାସ ଓ ଖଣ୍ଡପଡାରୁ ସାବିତ୍ରୀ ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଛି
ସେହିଭଳି ଦେବଗଡ ଆସନରେ ପୂର୍ବରୁ ପ୍ରାର୍ଥୀ ଘୋଷଣା କରିଥିବା ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ବିଜେଡି ପ୍ରାର୍ଥୀ କରିଛି
ଆଦର୍ଶ ଆଚରଣ ଵିଧି ଉଲ୍ଲଂଘନ ଅଭିଯୋଗରେ ମିଶନଶକ୍ତିର ଦୁଇ ଜଣ ସିଆରପିଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ନିଲମ୍ବିତ କରିଛନ୍ତି
କଣ୍ଟାବାଞ୍ଜି ବିଧାନସଭା ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଧନୁ ସଂକ୍ରାନ୍ତି ଲାଗି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

0

ପୁରୀ: ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଏହି ତିଥିରେ ଶ୍ରୀମନ୍ଦିରରେ ପାଳିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୁଡ଼ାନ୍ତ ହୋଇଥିବା ନୀତିନିର୍ଘଣ୍ଟ ଅନୁଯାୟୀ ରାତ୍ର ୨ଟା ରୁ ଦ୍ୱାର ଫିଟା ହେବା ସହ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ପହିଲି ଭୋଗ ଲାଗି ହୋଇଛି । ପହିଲି ଭୋଗରେ ବିରି, ଗହମଚୂନା, ଘୃତ ପାଗ ହୋଇଥିବା ପିଠା ଏବଂ ଧନୁ ମୁଆଁ ଲାଗି ହୋଇଛି । 

ଗୋପାଳବଲ୍ଲଭ ପରେ ପହିଲି ଭୋଗ ସମ୍ପନ୍ନ ହୋଇଛି । ବହୁ ପ୍ରତିକ୍ଷୀତ ପହିଲି ଭୋଗର ମହତ୍ୱ ଅନ୍ୟ ଦିନ ମିଳୁଥିବା ଭୋଗ ତୁଳନାରେ ସ୍ୱତନ୍ତ୍ର ସ୍ଥାନ ରହିଛି । କୁହାଯାଏ ଯେ ଆଜିଠାରୁ ମା ଲକ୍ଷ୍ମୀ ନିଜ ବାପ ଘରକୁ ଯାଇଥାନ୍ତି । ତେଣୁ ଶ୍ରୀମନ୍ଦିରରେ ମା ଲକ୍ଷ୍ମୀଙ୍କ ଅନୁପସ୍ଥିତ ବେଳେ ମା ଯଶୋଦା ପ୍ରଭୁ ଜଗନ୍ନାଥ, ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କ ପାଇଁ ବ୍ୟଞ୍ଜନ ପ୍ରସ୍ତୁତ କରନ୍ତି । ଆଜି ଠାରୁ ଶ୍ରୀଜଗନ୍ନାଥଙ୍କ ପାଖରେ ପହିଲି ଭୋଗ ଆରମ୍ଭ ହୋଇ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲିଥାଏ । ପୌଷ ମାସର ପବିତ୍ରତା ଯୋଗୁଁ ପୁଷ୍ୟାଭିଷେକ ପାଳିତ ହୋଇଥାଏ ।

ସେହିପରି ଧନୁ ସଂକ୍ରାନ୍ତିରେ ଲିଙ୍ଗରାଜ ମନ୍ଦିରରେ ଲାଗିଛି ଭକ୍ତଙ୍କ ଗହଳି । ସକାଳୁ ସକାଳୁ ଭୋଳାଶଙ୍କରଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ଆଜିଠୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଏକ ମାସ ଧରି ଲିଙ୍ଗରାଜଙ୍କ ପାଖରେ ମଧ୍ୟ ଧନୁ ମୁଆଁ ଭୋଗ ହେବ। ବାକି ୧୧ ମାସ ସୁଖିଲା ଭୋଗ ଭାବେ କୋରା ଖଇ ଭୋଗ ହେବ। ସେହିପରି ଓଡ଼ିଶାର ବ୍ରହ୍ମପୁର ସହରରେ ଧନୁମୁଆଁର ଚାହିଦା ବେଶ ରହିଛି ।

Leave A Reply

Your email address will not be published.