ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ରାଉରକେଲାରେ ବଢୁଛି ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା

0

ରାଉରକେଲା: ବଢୁଛି ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା। ରାଉରକେଲାରେ ସ୍ବାସ୍ଥ୍ୟ ଟିମର ତନାଘନା। ସହରରେ ୫୯୫ ଜଣ ସଂକ୍ରମିତ ହୋଇଥିବାବେଳେ ୧୬୨ ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ମଧ୍ୟରୁ ୨୦ ଜଣ ଗୁରୁତର ଅଛନ୍ତି। ବର୍ତ୍ତମାନ ସୁଦ୍ଧା ୯ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା।

ସୂଚନାଯୋଗ୍ୟ, ଗତକାଲି ଅପରାହ୍ଣ ସୁଦ୍ଧା ରାଉରକେଲାରେ ଡାଇରିଆରେ ମୃତକଙ୍କ ସଂଖ୍ୟା ୭ରେ ପହଞ୍ଚିଥିଲା। ଆକ୍ରାନ୍ତ ହୋଇଥିବା ଆଉ ଦୁଇଜଣ ବ୍ୟକ୍ତିଙ୍କର ଗତକାଲି ମୃତ୍ୟୁ ଘଟିଥିଲା। ମୃତକ ହେଲେ ରାଉରକେଲା ପ୍ଲାଣ୍ଟସାଇଟ ଅଞ୍ଚଳର ମହମ୍ମଦ ଅସଲମ ଓ ରାଉରକେଲା ଗାନ୍ଧୀରୋଡର ଅତୁଲ କିସାନ (୭୦)। ପୂର୍ବରୁ ଗତକାଲି ରାତିରେ ରାଉରକେଲା ରେଳ ଷ୍ଟେସନ୍ ନିକଟ ନୀଳାଚଳ ହୋଟେଲର ମାଲିକ ପ୍ରଣବ କିଶୋର ସ୍ବାଇଁ(୫୨) ଆଖି ବୁଜିଥିଲେ। ସେ ହାଇଟେକ୍ ମେଡିକାଲ କଲେଜ୍ ଆଣ୍ଡ ହସ୍ପିଟାଲରେ ଆଖି ବୁଜିଥିଲେ। ପ୍ରଣବଙ୍କୁ ମିଶାଇ ମୋଟ ୫ଜଣଙ୍କ ଜୀବନ ନେଇଥିଲା ଡାଇରିଆ। ଗତ ଶୁକ୍ରବାର ଓ ଶନିବାର ଦୁଇଦିନରେ ୨ ବୃଦ୍ଧା, ଜଣେ ମହିଳାଙ୍କ ସମେତ ମୋଟ ୪ ଜଣ ଏଥିରେ ପ୍ରାଣ ହରାଇଥିଲେ। ସେମାନେ ହେଲେ ରାଉରକେଲା ପାନପୋଷର ଗ୍ଲାସନ୍‌ ସାମନ୍ତ (୩୮), ଉଦିତ ନଗରର ନାନ୍‌ସି ଦୁ‌ବେ (୭୫), ପାନପୋଷ ତରକେରାର ଫୁଲତୋଳି ଗୌଡ଼ (୨୩) ଓ ଉଦିତନଗର ଓରାମପଡ଼ାର ଅହଲ୍ୟା ନାୟକ (୭୦)।

ସହରର ୧୨ଟି ଓ୍ବାର୍ଡରୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଜଳ ଜନିତ ରୋଗ ହୋଇଥାଇପାରେ ବୋଲି ସନ୍ଦେହ କରି ଜଳ କଲଚର୍ କରିବାକୁ ପଠାଯାଇଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଓ୍ବାଟକୋକୁ ଜଳ ବିଶୋଧନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ। ତେବେ ଏହା ଜଳରୁ ବ୍ୟାପିନଥିବା ଓ୍ବାଟକୋ ପକ୍ଷରୁ କୁହାଯାଇଛି। ୧୮ ଟି ଟିମ୍ ବିଭିନ୍ନ ସ୍ଥାନରେ ପାଣି ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଇବା ସହ ପାଣି ପାଇପ କେଉଁଠି ଲିକେଜ ଅଛି ଯାଞ୍ଚ କରୁଛନ୍ତି।

Leave A Reply

Your email address will not be published.