ପ୍ରମୁଖ ଖବର

ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି
୬ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି, ନୀଳିଗିରି ପାଇଁ ସ୍ପଷ୍ଟ କଲାନି ଦଳ
ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନ ଭରିଲେ ଧର୍ମେନ୍ଦ୍ର ପ୍ରଧାନ, ହଜାର ହଜାର ସମର୍ଥକଙ୍କ ସହ ଉପ ଜିଲ୍ଲାପାଳ କାର୍ଯ୍ୟାଳୟରେ ଭରିଲେ ନାମାଙ୍କନ
ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ
୩ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି: ନୀଳଗିରିରୁ ସୁକାନ୍ତ ନାୟକ, କୋରେଇରୁ ସନ୍ଧ୍ୟାରାଣୀ ଦାସ ଓ ଖଣ୍ଡପଡାରୁ ସାବିତ୍ରୀ ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଛି
ସେହିଭଳି ଦେବଗଡ ଆସନରେ ପୂର୍ବରୁ ପ୍ରାର୍ଥୀ ଘୋଷଣା କରିଥିବା ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ବିଜେଡି ପ୍ରାର୍ଥୀ କରିଛି
ଆଦର୍ଶ ଆଚରଣ ଵିଧି ଉଲ୍ଲଂଘନ ଅଭିଯୋଗରେ ମିଶନଶକ୍ତିର ଦୁଇ ଜଣ ସିଆରପିଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ନିଲମ୍ବିତ କରିଛନ୍ତି
କଣ୍ଟାବାଞ୍ଜି ବିଧାନସଭା ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ରାଉଲକେଲାରେ ହଇଜା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

0

ଭୁବନେଶ୍ବର: ରାଉରକେଲା ସହରରେ ଝାଡାବାନ୍ତିରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ଘଟଣା ନେଇ ଭିସି ଜରିଆରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ସ୍ଥିତି ଅନୁଧ୍ୟାନ କରିଛନ୍ତି ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀ, ମୁଖ୍ୟ ଶାସନ ସଚିବ, ନଗର ଉନ୍ନୟନ ବିଭାଗ ସଚିବ, ସ୍ୱାସ୍ଥ୍ୟ ସଚିବ, ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ସମୀକ୍ଷା ବୈଠକରେ ଉପସ୍ଥିତ ଥିଲେ । ରାଉରକେଲା ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସୁନ୍ଦରଗଡ଼ ଜିଲ୍ଲାର ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

ସୂଚନା ଅନୁସାରେ, ବର୍ତ୍ତମାନ ସୁଦ୍ଧା ଡାଇରିଆରେ ୫୮୦ ଜଣ ଆକ୍ରାନ୍ତ ହେଇଥିବାବେଳେ, ୨୮୭ଜଣ ରୋଗୀ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ସେହିପରି ୨୪୦ ଜଣ ରୋଗୀ ସୁସ୍ଥ ହେଇ ଘରକୁ ଫେରିଛନ୍ତି । ତେବେ ଏବେ ବି ପ୍ରାୟ ୨୦ରୁ ୩୦ ଜଣଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି । ଏହାରି ଭିତରେ ଆସନ୍ତାକାଲି ସ୍ୱାସ୍ଥ୍ୟ ସଚିବ ଓ ନଗର ଉନ୍ନୟନ ସଚିବ ରାଉରକେଲା ଗସ୍ତରେ ଯିବେ ।

 

Leave A Reply

Your email address will not be published.