ପ୍ରମୁଖ ଖବର

ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି
୬ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି, ନୀଳିଗିରି ପାଇଁ ସ୍ପଷ୍ଟ କଲାନି ଦଳ
ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନ ଭରିଲେ ଧର୍ମେନ୍ଦ୍ର ପ୍ରଧାନ, ହଜାର ହଜାର ସମର୍ଥକଙ୍କ ସହ ଉପ ଜିଲ୍ଲାପାଳ କାର୍ଯ୍ୟାଳୟରେ ଭରିଲେ ନାମାଙ୍କନ
ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ
୩ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି: ନୀଳଗିରିରୁ ସୁକାନ୍ତ ନାୟକ, କୋରେଇରୁ ସନ୍ଧ୍ୟାରାଣୀ ଦାସ ଓ ଖଣ୍ଡପଡାରୁ ସାବିତ୍ରୀ ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଛି
ସେହିଭଳି ଦେବଗଡ ଆସନରେ ପୂର୍ବରୁ ପ୍ରାର୍ଥୀ ଘୋଷଣା କରିଥିବା ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ବିଜେଡି ପ୍ରାର୍ଥୀ କରିଛି
ଆଦର୍ଶ ଆଚରଣ ଵିଧି ଉଲ୍ଲଂଘନ ଅଭିଯୋଗରେ ମିଶନଶକ୍ତିର ଦୁଇ ଜଣ ସିଆରପିଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ନିଲମ୍ବିତ କରିଛନ୍ତି
କଣ୍ଟାବାଞ୍ଜି ବିଧାନସଭା ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଫେରିଲା କରୋନା: ଦେଶରେ ୫ ଜଣଙ୍କ ମୃତ୍ୟୁ

0

ନୂଆଦିଲ୍ଲୀ: ପୁଣି ବଢ଼ିଲା କରୋନା ଭୟ। ଦେଶରେ କଡ ଲେଉଟାଇଲା କରୋନା। ପୁଣି ଥରେ କାୟା ବିସ୍ତାର କରିବାରେ ଲାଗିଛି କୋଭିଡ-୧୯ ଭୂତାଣୁ। ୨୪ ଘଣ୍ଟା ଦେଶରେ ୩୩୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୫ ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି। ମୃତକଙ୍କ ମଧ୍ୟରେ କେରଳରୁ ୪ ଜଣ ଅଛନ୍ତି। ସମସ୍ତ ଆକ୍ରାନ୍ତ କୋଭିଡ-୧୯ ସବ୍‌ ଭାରିଆଣ୍ଟ ଜେଏନ-୧ରେ ସଂକ୍ରମିତ ଥିଲେ।

ଜଣେ ଉତ୍ତରପ୍ରଦେଶର ସଂକ୍ରମିତ ଆଖି ବୁଜିଛନ୍ତି। ସେ କୋଭିଡ-୧୯ ସବ୍‌ ଭାରିଆଣ୍ଟ ଦ୍ୱାରା ସଂକ୍ରମିତ ହୋଇଥିଲେ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଦେଶରେ ବର୍ତ୍ତମାନ ସୁଦ୍ଧା ୧୮୨୮ ସକ୍ରିୟ ମାମଲା ରହିଛି। କୋଭିଡରେ ଏବେ ସୁଦ୍ଧା ମୋଟ୍‌ ୫ ଲକ୍ଷ ୩୩ ହଜାର ୩୧୬ ଜଣଙ୍କ ମୃତ୍ୟୁ ହୋଇଛି । ଏହି ହାରରେ ମୃତ୍ୟୁ ୧.୧୯ ପ୍ରତିଶତ ରହିଛି।

କରୋନା ମହାମାରୀକୁ ଦୃଷ୍ଟିରେ ରଖି ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭିୟ ଜରୁରୀ ବୈଠକ ଡାକିଛନ୍ତି। ଏଥିରେ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀମାନେ ଯୋଗଦେବେ। ବିଭିନ୍ନ ରାଜ୍ୟରେ ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ମନ୍ତ୍ରୀମାନଙ୍କ ସହ ଆଲୋଚନା କରିବା ସହ ସ୍ଥିତି ସମୀକ୍ଷା କରିବେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ। ସେପଟେ କେରଳରେ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବା ପରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସମସ୍ତ ରାଜ୍ୟକୁ ସତର୍କ ରହିବାକୁ ପରାମର୍ଶ ଦେଇଛି। ବିଶେଷ କରି ଆଗକୁ ଖ୍ରୀଷ୍ଟମାସ ଏବଂ ଇଂରାଜୀ ନବବର୍ଷ ଆସୁଥିବାରୁ ଭିଡ ନିୟନ୍ତ୍ରଣ କରିବାକୁ ପରାମର୍ଶ ଦିଆଯାଇଛି।

ଆମେରିକା, ଚୀନ ଓ ସିଙ୍ଗାପୁର ପରେ ଭାରତରେ ଏହି ଭାରିଆଣ୍ଟ ଚିହ୍ନଟ ହେବା ପ୍ରଥମ। ସେପଟେ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି କର୍ଣ୍ଣାଟକ ସରକାର ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରିଛନ୍ତି। ବିଶେଷ କରି ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟାରେ ପୀଡିତ ଏବଂ ବୟସ୍କ ବ୍ୟକ୍ତିଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦେଇଛନ୍ତି ରାଜ୍ୟ ସରକାର। 

Leave A Reply

Your email address will not be published.