ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ହଇଜାରେ ଆଉ ଜଣଙ୍କ ମୃତ୍ୟୁ

0

ରାଉରକେଲା: ହଇଜା ସଂକ୍ରମଣ ରାଉରକେଲାରେ ସାମାନ୍ୟ କମିଥିଲେ ଗୁରୁତର ରୋଗୀଙ୍କ ସଂଖ୍ୟା କମୁଥିଲେ ବି ଶୁକ୍ରବାର ଅପରାହ୍‌ଣରେ ଆଉ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ଏଥିସହ ମୃତ୍ୟୁ ସଂଖ୍ୟା ୧୫ରେ ପହଞ୍ଚିଛି। ମୃତକ ହେଲେ ରାଉରକେଲା ପାୱାରହାଉସ୍‌ ରୋଡ ଅଞ୍ଚଳର ପଙ୍କଜ ମଣ୍ଡଳ (୪୨)। ସେ ହାଇଟେକ୍‌ ମେଡିକାଲ୍‌ରେ ଭର୍ତ୍ତି ହେଇଥିଲେ

ସୂଚନାଯୋଗ୍ୟ, ସପ୍ତାହେ ତଳେ ପାୱାରହାଉସ୍‌ ଅଞ୍ଚଳର ପଙ୍କଜ ମଣ୍ଡଳ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ପରିବାର ଲୋକେ ତାଙ୍କୁ ଜେପି ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ଗତ ୭ ଦିନ ହେଲା ଚିକିତ୍ସା ଚାଲିଥିଲା। ହେଲେ ଆଜି ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ପଙ୍କଜଙ୍କ ମୃତ୍ୟୁ ନେଇ ପରିବାର ଲୋକେ ସୂଚନା ଦେଇଛନ୍ତି। ବେସରକାରୀ ଭାବେ ପଙ୍କଜଙ୍କୁ ମିଶାଇ ରାଉରକେଲାରେ ୧୫ ଜଣଙ୍କ ମୃତ୍ୟୁ ଘଟିଲାଣି। ଏହାଛଡ଼ା ଅନେକ ଆକ୍ରାନ୍ତ ହୋଇ ବିଭିନ୍ନ ମେଡ଼ିକାଲ୍‌ରେ ଚିକିତ୍ସିତ ହେଉଛନ୍ତି।

ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀଙ୍କ ଭିସି ମାଧ୍ୟମରେ ସମୀକ୍ଷା ବୈଠକ ହୋଇଛି । ଝାଡାବାନ୍ତି ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେବାକୁ ଏଥିରେ କୁହାଯାଇଛି । ଝାଡାବାନ୍ତିର ପ୍ରକୃତ କାରଣ ଖୋଜିବା ପାଇଁ ବିଶେଷଜ୍ଞମାନେ ପରୀକ୍ଷା ନିରୀକ୍ଷା ଜାରି ରଖିଛନ୍ତି । ବିଭିନ୍ନ ସ୍ଥାନରୁ ଜଳ ଓ ଖାଦ୍ୟ ନମୁନା ସଂଗ୍ରହ କରାଯାଇଛି । ଏହାର ରିପୋର୍ଟ ଆସିବାକୁ ୭ ଦିନ ସମୟ ଲାଗିପାରେ ।

Leave A Reply

Your email address will not be published.