ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ

0

ହାଇଦ୍ରାବାଦ: ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଶନିବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫଳରେ ଅନେକ ରୋଗୀ ହସ୍ପିଟାଲରେ ଫସି ରହିଥିବା ଆଶଙ୍କା କରାଯାଉଛି। ତେବେ ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି ରହିଥିବା ବେଳେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ଉପସ୍ଥିତ ରହିଛି।

ସୂଚନା ଅନୁସାରେ ହାଇଦ୍ରାବାଦର ମେହେଦିପଟ୍ଟନମ୍ ଅଂଚଳସ୍ଥିତ ଜୟନଗରରେ ଥିବା ଅଙ୍କୁରା ହସ୍ପିଟାଲର କୋଠାରେ ଏହି ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ହସ୍ପିଟାଲର ନାମ ଫଳକ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ଜଣାପଡିଛି । ସର୍ଟସର୍କିଟ ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଦଶମ ମହଲାରେ ପ୍ଲାଷ୍ଟିକ ସାମଗ୍ରୀ ଥିବାରୁ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡ ପଞ୍ଚମ ମହଲାରୁ ଦଶମ ମହଲା ପର୍ଯ୍ୟନ୍ତ ବ୍ୟାପିଛି। ହସ୍ପିଟାଲର ଅଧିକାଂଶ ରୋଗୀ ଗର୍ଭବତୀ ମହିଳା ଓ ଶିଶୁ ହୋଇଥିଲେ ହେଁ ସମସ୍ତଙ୍କୁ କର୍ମଚାରୀମାନେ ସ୍ଥାନାନ୍ତର କରିଛନ୍ତି କି ନାହିଁ ତାହା ଜଣାପଡ଼ିନାହିଁ।

ଏହା ସହ ହସ୍ପିଟାଲ ଉପର ଛାତ ଉପରେ କିଛି ନର୍ସ ଫସିରହିଥିବା ମଧ୍ୟ ଜଣାପଡିଛି । ସେମାନଙ୍କ ପାଇଁ ସେଠାରେ ରହିବାର ବ୍ୟବସ୍ଥା କରାଯାଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ଉଦ୍ଧାର କାମ ଜାରି ରଖିଛି । ସେମାନେ ନିଆଁକୁ ନିୟନ୍ତ୍ରଣ କରିବାରେ ସକ୍ଷମ ହୋଇଥିବା ଜଣାଯାଇଛି । ତେବେ ଖବର ଅନୁସାରେ କେତେକ ଚିକିତ୍ସିତ ହେଉଥିବା ଗର୍ଭବତୀ ଓ ଶିଶୁଙ୍କୁ ଉଦ୍ଧାର କରାଯାଇଥିବା ଜଣାଯାଇଛି ।

Leave A Reply

Your email address will not be published.