ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ପୁଣି ଫେରିଲା କି କରୋନା ?

0

ଭୁବନେଶ୍ବର: ଦୀର୍ଘ ତିନି ବର୍ଷ ଧରି ସାରା ବିଶ୍ୱକୁ କନ୍ଦାଇବା ପରେ ପୁଣି ଥରେ କରୋନା ଭାଇରସ୍ କଡ଼ ଲେଉଟାଇଛି । ବିଭିନ୍ନ ରାଜ୍ୟରେ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ରାଜ୍ୟ ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କୋଭିଡ-୧୯ର ୭୫୨ଟି ନୂଆ ମାମଲା ସାମ୍ନାକୁ ଆସିଥିବା ବେଳେ ୪ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ଏଥିସହିତ ମୋଟ କୋଭିଡ୍ କେସ୍ ମାମଲା ୩୪୨୦ରେ ପହଞ୍ଚି ଯାଇଛି ।

କରୋନା କଡ଼ ଲେଉଟାଇବା ପରେ ତତ୍ପର ହୋଇଛି ସ୍ୱାସ୍ଥ୍ୟ ବିଭାଗ । କରୋନା ପାଇଁ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ବୟସ୍କ ଓ ବହୁବିଧ ରୋଗାକ୍ରାନ୍ତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି । ଘରୁ ବାହାରକୁ କୁଆଡ଼େ ଯାଉଥିଲେ, ମାସ୍କ ପିନ୍ଧିବାକୁ କୁହାଯାଇଛି । ଏଭଳି ଲୋକଙ୍କୁ ଜନଗହଳି ଜାଗାକୁ ମଧ୍ୟ ନଯିବାକୁ ପରାମର୍ଶ ଦିଆଯାଇଛି ।

ତେବେ JN.1 ସବ୍ ଭାରିଆଣ୍ଟ ଚିନ୍ତା ବଢାଇ ଥିବାବେଳେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଆଗକୁ ବଡ଼ ଦିନ, ନୂଆ ବର୍ଷ ଭଳି ଉତ୍ସବ ଥିବା ବେଳେ ବର୍ତ୍ତମାନ ପିକନିକ ୠତୁ ଚାଲିଥିବା ଉଭୟ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ଚିନ୍ତା ବଢିଛି । ସ୍ଥିତି ଉପରେ ପ୍ରଶାସନ ଓ ସ୍ୱାସ୍ଥ୍ୟ ବିଭାଗ ତିକ୍ଷଣ ନଜର ରଖିଥିବା ବେଳେ ଜନଗହଳି ସ୍ଥାନ କୁ ଗଲେ ମାକ୍ସ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.