ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ୬ ମାସ ବଢ଼ିଲା

0

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ୬ ମାସ ବଢ଼ିଲା । ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ବୃଦ୍ଧି ପାଇଛି । ଡିସେମ୍ବର ୩୧ରେ ମୁଖ୍ୟ ସଚିବଙ୍କ କାର୍ଯ୍ୟକାଳ ସରୁଥିଲା । ଜୁନ୍ ୩୦ ତାରିଖ ଯାଏଁ କାର୍ଯ୍ୟକାଳ ବଢ଼ାଇଲେ ସରକାର । ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ସୂଚନାଯୋଗ୍ୟ, ୧୯୮୯ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ଶ୍ରୀ ଜେନାଙ୍କୁ ରାଜ୍ୟର ୪୫ତମ ମୁଖ୍ୟ ଶାସନ ସଚିବ ଭାବେ ମାର୍ଚ୍ଚ ୧ ତାରିଖରେ ଦାୟିତ୍ବ ଗ୍ରହଣ କରିଥିଲେ। ବରିଷ୍ଠ ଆଇଏଏସ୍ ଅଧିକାରୀ ପ୍ରଦୀପ କୁମାର ଜେନା ଜଣେ ଦକ୍ଷ ପ୍ରଶାସକ ଭାବେ ବେଶ୍ ଜଣାଶୁଣା। ୧୯୬୪ ମସିହାରେ ଜନ୍ମିତ ପ୍ରଦୀପ କୁମାର ଜେନା ଆଇଏଏସ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପ୍ରଶିକ୍ଷଣ ପରେ ୧୯୯୧ ମସିହାରେ ପ୍ରଥମେ କଳାହାଣ୍ଡି ଜିଲ୍ଲାର ଧର୍ମଗଡ଼ର ଉପଜିଲ୍ଲାପାଳ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ। ପରେ ସେଠାରେ ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଓ ଜିଲ୍ଲାପାଳ ଭାବେ ଦାୟିତ୍ବ ତୁଲାଇଥିଲେ। ପରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଭାବେ ତାଙ୍କୁ ବଦଳି କରାଯାଇଥିଲା। ସେହିପରି କୋଭିଡ୍‌ ମହାମାରୀ ସମୟରେ ସାରା ରାଜ୍ୟ ସଂଗ୍ରାମ କରୁଥିବାବେଳେ ସ୍ବତନ୍ତ୍ର ରିଲିଫ୍‌ କମିସନର ପଦରେ ରହି ପ୍ରଦୀପ କୁମାର ଜେନା ଗୁରୁଦାୟିତ୍ବ ତୁଲାଇଥିଲେ।

Leave A Reply

Your email address will not be published.