ପ୍ରମୁଖ ଖବର

ବିଜେପି ଛାଡି ବିଜେଡିରେ ସାମିଲ ହେଲେ ରମାରଞ୍ଜନ ବଳିୟାର ସିଂ
୨୦ତାରିଖ ଭୋଟ୍ ପାଇଁ ଗଞ୍ଜାମରେ ମୁତୟନ ହେଲେ ୨୦ କମ୍ପାନୀ କେନ୍ଦ୍ରୀୟ ଫୋର୍ସ
ବିଜେଡି କର୍ମୀଙ୍କ ଆକ୍ରମଣ ବିଜେପି କର୍ମୀଙ୍କ ମୃତ୍ୟୁ, ୩ ଜଣ ଗୁରୁତର ଆହତ
ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି, ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି
ପୁରୀରେ ସଫେଇ କର୍ମଚାରୀଙ୍କ ଉପରେ ବୋମା ମାଡ଼, ଘଟଣାରେ ଦୁଇ ଜଣ ସଫେଇ କର୍ମଚାରୀ ଆହତ

ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ୬ ମାସ ବଢ଼ିଲା

0

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ୬ ମାସ ବଢ଼ିଲା । ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ବୃଦ୍ଧି ପାଇଛି । ଡିସେମ୍ବର ୩୧ରେ ମୁଖ୍ୟ ସଚିବଙ୍କ କାର୍ଯ୍ୟକାଳ ସରୁଥିଲା । ଜୁନ୍ ୩୦ ତାରିଖ ଯାଏଁ କାର୍ଯ୍ୟକାଳ ବଢ଼ାଇଲେ ସରକାର । ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ସୂଚନାଯୋଗ୍ୟ, ୧୯୮୯ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ଶ୍ରୀ ଜେନାଙ୍କୁ ରାଜ୍ୟର ୪୫ତମ ମୁଖ୍ୟ ଶାସନ ସଚିବ ଭାବେ ମାର୍ଚ୍ଚ ୧ ତାରିଖରେ ଦାୟିତ୍ବ ଗ୍ରହଣ କରିଥିଲେ। ବରିଷ୍ଠ ଆଇଏଏସ୍ ଅଧିକାରୀ ପ୍ରଦୀପ କୁମାର ଜେନା ଜଣେ ଦକ୍ଷ ପ୍ରଶାସକ ଭାବେ ବେଶ୍ ଜଣାଶୁଣା। ୧୯୬୪ ମସିହାରେ ଜନ୍ମିତ ପ୍ରଦୀପ କୁମାର ଜେନା ଆଇଏଏସ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପ୍ରଶିକ୍ଷଣ ପରେ ୧୯୯୧ ମସିହାରେ ପ୍ରଥମେ କଳାହାଣ୍ଡି ଜିଲ୍ଲାର ଧର୍ମଗଡ଼ର ଉପଜିଲ୍ଲାପାଳ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ। ପରେ ସେଠାରେ ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଓ ଜିଲ୍ଲାପାଳ ଭାବେ ଦାୟିତ୍ବ ତୁଲାଇଥିଲେ। ପରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଭାବେ ତାଙ୍କୁ ବଦଳି କରାଯାଇଥିଲା। ସେହିପରି କୋଭିଡ୍‌ ମହାମାରୀ ସମୟରେ ସାରା ରାଜ୍ୟ ସଂଗ୍ରାମ କରୁଥିବାବେଳେ ସ୍ବତନ୍ତ୍ର ରିଲିଫ୍‌ କମିସନର ପଦରେ ରହି ପ୍ରଦୀପ କୁମାର ଜେନା ଗୁରୁଦାୟିତ୍ବ ତୁଲାଇଥିଲେ।

Leave A Reply

Your email address will not be published.