ପ୍ରମୁଖ ଖବର

୮ଟି ବିଧାନସଭା କ୍ଷେତ୍ର ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା: ଖୋର୍ଦ୍ଧାରୁ ପ୍ରଶାନ୍ତ, ସାଲେପୁରରୁ ଲଢ଼ିବେ ଅରିନ୍ଦମ
କେନ୍ଦ୍ରାପଡ଼ାରୁ ଗୀତାଞ୍ଜଳି ସେଠୀ, ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ ନାୟକ
କେନ୍ଦୁଝର ଜିଲ୍ଲା ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବୀନ୍ଦ୍ର ଅଣ୍ଡିଆ ଓ ବାସୁଦେବପୁରରୁ ବାଣିକଲ୍ୟାଣ ମହାନ୍ତିଙ୍କୁ ପ୍ରାର୍ଥୀ କରାଯାଇଛି
ଅଷ୍ଟମ ପର୍ଯ୍ଯାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି, ଆଉ ରହିଲା ୩
ଭୋଗରାଇରୁ ପ୍ରାର୍ଥୀ ହେଲେ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଓ ବେଗୁନିଆରୁ ପ୍ରାର୍ଥୀ ହେଲେ ପ୍ରଦୀପ ସାହୁ
ଜଳୁଛି ଉତ୍ତରାଖଣ୍ଡ ଜଙ୍ଗଲ, ବାୟୂସେନାର ସାହାଯ୍ୟ ନେଲା ପ୍ରଶାସନ
ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: କଟକ ଓ ଭୁବନେଶ୍ୱର ପାଇଁ ରେଡ୍ ଆଲର୍ଟ ଜାରି
୪୨ ଡିଗ୍ରି ଉପରେ ୫ ସହର, ଭୁବନେଶ୍ବରରେ ତାପମାତ୍ରା ୪୪.୬ଡିଗ୍ରି ରେକର୍ଡ
୫ଟି ଅଧ୍ୟକ୍ଷଙ୍କ ବିରୁଦ୍ଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଲେ ବଳଭଦ୍ର ମାଝି
ଲୁଣା ନଦୀରେ ଅଘଟଣ; ବୁଡିଗଲେ ଦୁଇ ସାଙ୍ଗ, ଜଣେ ଉଦ୍ଧାର
ପୁରୀରେ ବ୍ୟାପିଲା ଝାଡ଼ାବାନ୍ତି, ଗଲାଣି ୨ ଜୀବନ

ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

0
  • ଓଡିଶାର ନବମ ସର୍ବବୃହତ ବନ୍ଧ
  • ୨୦୧୯ରୁ ୫ଟି ଉପକ୍ରମରେ ପ୍ରକଳ୍ପ ତ୍ବରାନ୍ବିତ କରାଯାଇ କାମ ସଂପୂର୍ଣ୍ଣ କରାଯାଇଛି
  • ବଲାଙ୍ଗୀର, ସୋନପୁରର ୨୦୩ଟି ଗାଁର ଏକ ଲକ୍ଷ ଏକର ଚାଷ ଜମି ଜଳସେଚିତ ହେବ
  • ୮୦ ହଜାର ଚାଷୀ ଉପକୃତ ହେବେ, ପାନୀୟ ଜଳର ସୁବିଧା ମଧ୍ୟ ମିଳିବ
  • ଭୂତଳ ପାଇପ ଲାଇନ ଜରିଆରେ ଜଳସେଚନ କରାଯିବ, ଜଳସେଚନ ପାଇଁ କୌଣସି ବିସ୍ଥାପନ ହେବ ନାହିଁ
  • ବଲାଙ୍ଗୀରର ଜଳସେଚନ, କୃଷି କ୍ଷେତ୍ରରେ ଆସିବ ରୂପାନ୍ତର, ଜିଲ୍ଲାର ବିକାଶରେ ନୂଆ ଯୁଗ ଆସିବ: ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର: ନୂଆ ବର୍ଷରେ ମୋର ପ୍ରଥମ ଗସ୍ତ ବଲାଙ୍ଗୀରରୁ ଆରମ୍ଭ କରି ମୁଁ ବହୁତ ଖୁସି। ଆପଣମାନେ ଖୁସି ତ?…… ଲୋକଙ୍କ ଉତ୍ସସିତ ଧ୍ବନି, କରତାଳି ଓ ହୁଳହୁଳି ମଧ୍ୟରେ ମୁଖ୍ୟମନ୍ତ୍ରୀ ଆଜି ବଲାଙ୍ଗୀରରେ ଲୋୟର ସୁକତେଳ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲୋୟର ସୁକତେଲ ପ୍ରକଳ୍ପ ଦ୍ବାରା ବଲାଙ୍ଗୀରର ଚାଷୀଭାଇ ମାନଙ୍କର ଜଳ କଷ୍ଟ ଦୂର ହେଲା । ସୁକତେଲ ପ୍ରକଳ୍ପ ବଲାଙ୍ଗୀରର ଜଳସେଚନ କ୍ଷେତ୍ରରେ, କୃଷି କ୍ଷେତ୍ରରେ ରୂପାନ୍ତର ଆଣିବ ବୋଲି ସେ ମତ ଦେବା ସହିତ କହିଥିଲେ ଯେ ଚାଷୀର ବିକାଶରେ ରାଜ୍ୟର ବିକାଶ। ବଲାଙ୍ଗୀର ଜିଲ୍ଲାର ବିକାଶରେ ଏହି ପ୍ରକଳ୍ପ ନୂଆ ଯୁଗ ଆଣିବ।

ସୂଚନାଯୋଗ୍ୟ ଯେ ଏହି ପ୍ରକଳ୍ପ ରାଜ୍ୟର ନବମ ସର୍ବବୃହତ ବନ୍ଧ । ଏହାର ଉଚ୍ଚତା ୩୧ ମିଟର। ଏହାଦ୍ବାରା ବଲାଙ୍ଗୀର ଓ ସୋନପୁର ଦୁଇ ଜିଲ୍ଲାର ୨୦୩ଟି ଗାଁ ର ଏକ ଲକ୍ଷ ଏକର ଜମିକୁ ପାଣି ମିଳିବ। 80ହଜାର ରୁ ଅଧିକ ଚାଷୀ ଉପକାର ପାଇବେ । ଜିଲ୍ଲାର 70ହଜାର ରୁ ଅଧିକ ଲୋକ ପିଇବା ପାଣି ସୁବିଧା ମଧ୍ୟ ପାଇବେ |

୨୦୧୯ ମସିହାରୁ ୫ଟି ଉପକ୍ରମରେ ପ୍ରକଳ୍ପ ତ୍ବରାନ୍ବିତ କରାଯାଇ କାମ ସଂପୂର୍ଣ୍ଣ କରାଯାଇଛି । ଟେକ୍ନୋଲୋଜିର ବ୍ୟବହାର କରାଯାଇ ଭୂତଳ ପାଇପ୍‌ ଜରିଆରେ ଜଳସେଚନର ବ୍ୟବସ୍ଥା କରାଯାଉଛି। ଏହାଦ୍ବାରା ଜଳସେଚନ ପାଇଁ କୌଣସି ବିସ୍ଥାପନ ହେବ ନାହିଁ ।

ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ କୃଷକ ରାଜ୍ୟ ଅର୍ଥନୀତିର ସାରଥି । ଚାଷୀ ଭାଇ ମାନଙ୍କୁ ସାଥିରେ ଧରି ଆମେ ଆଗକୁ ବଢୁଛୁ । ମୁଁ ସବୁବେଳେ ଚାଷୀ ଭାଇମାନଙ୍କ ସାଥିରେ ଅଛି । ସେମାନଙ୍କ ପାଇଁ କାଳିଆ, ଏକ ଲକ୍ଷ ଟଙ୍କାର ବିନା ସୁଧରେ ଋଣ, ମାଗଣା ଫସଲ ବୀମା ଚାଷୀ ଘର ପିଲାଙ୍କ ପାଇଁ ସ୍କଲାରସିପ୍‌ ଏବଂ ଆହୁରି ଅନେକ ଯୋଜନା ଜାରି ରହିଛି।

ବିସ୍ଥାପିତ ଗାଁର ଲୋକମାନଙ୍କ ତ୍ୟାଗକୁ ମନେ ପକାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଏହି ପ୍ରକଳ୍ପ ପାଇଁ ୨୯ଟି ଗାଁର ଲୋକମାନେ ବହୁତ ବଡ ତ୍ୟାଗ କରିଛନ୍ତି। ସେମାନଙ୍କ ତ୍ୟାଗକୁ ମୁଁ ସମ୍ମାନ ଜଣାଉଛି। ବଲାଙ୍ଗୀର ବିକାଶ ପାଇଁ ସେମାନଙ୍କ ତ୍ୟାଗ ସବୁଦିନ ମନେ ରହିବ।

ଆଜି ମଧ୍ୟ ବଲାଙ୍ଗୀର ଜିଲ୍ଲାର ବିକାଶ ପାଇଁ ଅନେକ କାମ ଆରମ୍ଭ ହେଲା । ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି, ପର୍ଯ୍ୟଟନ ବିକାଶ, ଯୋଗାଯୋଗର ଉନ୍ନତି, କ୍ରୀଡାର ଉନ୍ନତି ସହିତ ଐତିହ୍ୟର ବିକାଶ ଓ ସୁରକ୍ଷା ପାଇଁ ଅନେକ ପ୍ରକଳ୍ପ ଆରମ୍ଭ ହେଲା ବୋଲି ସେ କହିଥିଲେ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ବଲାଙ୍ଗୀର ପାଇଁ ୨୫୨୫ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ୨୨୨୦ କୋଟି ଟଙ୍କା ବ୍ୟୟରେ ୧୧୨ଟି ଭିତ୍ତିଭୂମି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିବା ବେଳେ, ୩୦୫ କୋଟି ଟଙ୍କା ବ୍ୟୟରେ ୬୯ଟି ଭିତ୍ତିଭୂମି ପ୍ରକଳ୍ପର ଉଦ୍‌ଘାଟନ କରାଯାଇଥିଲା ।

ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ 5T ଅଧ୍ୟକ୍ଷ ମୋ ନିର୍ଦ୍ଦେଶରେ ଅଗଷ୍ଟ ମାସରେ ଆସିଥିଲେ। ଆପଣମାନଙ୍କୁ ଭେଟିଥିଲେ। ଆପଣମାନଙ୍କ ସହିତ ବିକାଶ କାମ ବିଷୟରେ ଆଲୋଚନା କରିଥିଲେ। ଆପଣମାନଙ୍କ ମତକୁ ସମ୍ମାନ ଜଣାଇ ଆମେ କାମ କରୁଛୁ।

ବଲାଙ୍ଗୀରର ବିକାଶ ଉପରେ ଆଲୋକପାତ କରି ସେ କହିଲେ ଯେ, ଏବେ ବଲାଙ୍ଗୀର ଜିଲ୍ଲା ଶିକ୍ଷା, ସ୍ବାସ୍ଥ୍ୟ ଓ ଭିତ୍ତିଭୂମି କ୍ଷେତ୍ରରେ ଜୋରଦାର ଉନ୍ନତି କରୁଛି । ହରିଶଙ୍କର ପୀଠ ସହିତ ଜିଲ୍ଲାର ମଠ ମନ୍ଦିରର ରୂପାନ୍ତର କାମ ଚାଲିଛି। ଏବେ କୃଷି କ୍ଷେତ୍ରରେ ଉନ୍ନତି ସହିତ ଜିଲ୍ଲାରେ ରୂପାନ୍ତରର ଏକ ନୂଆ ଯୁଗ ଆସିବ। ମୋର ବିଶ୍ବାସ, ଆପଣମାନଙ୍କ ସହଯୋଗରେ, ବଲାଙ୍ଗୀର ରାଜ୍ୟର ବିକାଶରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବ ବୋଲି ସେ କହିଥିଲେ।

ଏହି ଅବସରରେ ଜଳସଂପଦ ବିଭାଗ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ କହିଲେ ଯେ ବଲାଙ୍ଗୀର ଜିଲ୍ଲାର ଜନସାଧାରଣଙ୍କ ବହୁ ଦିନର ସ୍ବପ୍ନକୁ ମୁଖ୍ୟମନ୍ତ୍ରୀ ଆଜି ପୂରଣ କରିଛନ୍ତି । ଲୋୟର ସୁକତେଲ ଆଜି ବଲାଙ୍ଗୀରବାସୀଙ୍କ ପାଇଁ ସୁଖର ସୁକତେଲରେ ପରିଣତ ହୋଇଛି । ଏହି ପ୍ରକଳ୍ପ କାର୍ଯ୍ୟାନ୍ବୟନକୁ ତ୍ବରାନ୍ବିତ କରିବା କ୍ଷେତ୍ରରେ 5T ଅଧ୍ୟକ୍ଷଙ୍କ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ ୫ଟିତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ ।

ଏହି ଅବସରରେ ଅନ୍ୟ ମାନଙ୍କ ମଧ୍ୟରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ, ବଲାଙ୍ଗୀର ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂହଦେଓ, ରାଜ୍ୟସଭା ସାଂସଦ ଶ୍ରୀ ନିରଞ୍ଜନ ବିଶି, ବଲାଙ୍ଗୀର ବିଧାୟକ ଶ୍ରୀ ନରସିଂହ ମିଶ୍ର, ପାଟଣାଗଡ ବିଧାୟକ ତଥା ବଲାଙ୍ଗୀର ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଶ୍ରୀ ସରୋଜ ମେହେର, ଲୋଇସିଂଘା ବିଧାୟକ ଶ୍ରୀ ମୁକେଶ ମହାଲିଙ୍ଗ, ରାଜ୍ୟ ଗୃହ ନିର୍ମାଣ ବୋର୍ଡର ଅଧ୍ୟକ୍ଷ ଶ୍ରୀ କଲିକେଶ ନାରାୟଣ ସିଂହଦେଓ, ବଲାଙ୍ଗୀର ଜିଲ୍ଲା ପରିଷଦ ସଭାପତି ଦେବକୀ ସାହୁ ପ୍ରମୁଖ ନିଜର ଅଭିଭାଷଣ ରଖିଥିଲେ ।

ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.