ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ସୋଆ କମ୍ୟୁନିଟି ରେଡିଓର ନିର୍ଦ୍ଦେଶିକା ରାଜ୍ୟ କମ୍ୟୁନିଟି ରେଡ଼ିଓ ସଂଘର ଉପସଭାପତି ମନୋନୀତ

0

ଭୁବନେଶ୍ୱର, ୪/୦୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଅନ୍ତର୍ଗତ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪ ର ନିର୍ଦ୍ଦେଶିକା ଶ୍ରୀମତି ହନୀ ପଟ୍ଟନାୟକ ସର୍ବଭାରତୀୟ କମ୍ୟୁନିଟି ରେଡିଓ ସଂଘର ରାଜ୍ୟ ଉପସଭାପତି ଭାବେ ମନୋନୀତ ହୋଇଛନ୍ତି ।

ସର୍ବଭାରତୀୟ କମ୍ୟୁନିଟି ରେଡିଓ ସଂଘର ଅନୁମୋଦନ କ୍ରମେ ଓଡ଼ିଶାରେ ଏକ ରାଜ୍ୟସ୍ତରୀୟ ସଂଘ ଗଠନ ହୋଇଥିବା ବେଳେ ନୟାଗଡ ଜିଲ୍ଲାର ଦଶପଲ୍ଲା ସ୍ଥିତ ‘ରେଡିଓ ସୁରଭି’ ର ମୁଖ୍ୟ ଶିଶିର କୁମାର ଦାସଙ୍କୁ ରାଜ୍ୟ ସଭାପତି, ‘ରେଡିଓ ଉତ୍କଳ’ର ମୁଖ୍ୟ ଅମିୟ ଭୂଷଣ ବିଶ୍ୱାଳଙ୍କୁ ସମ୍ପାଦକ, ‘ରେଡିଓ ମୁସ୍କାନ’ ର ଧନେଶ୍ୱର ସାହୁଙ୍କୁ କୋଷାଧ୍ୟକ୍ଷ, ‘ସୋଆ କମ୍ୟୁନିଟି ରେଡିଓ’ ର ନିର୍ଦ୍ଦେଶିକା ହନି ପଟ୍ଟନାୟକଙ୍କୁ ଉପସଭାପତି ଓ ‘ରେଡିଓ ବାଘାଯତୀନ’ର ମିନତି ବିନ୍ଧାଣିଙ୍କୁ ସହ-ସମ୍ପାଦକ ଭାବେ ମନୋନୀତ କରାଯାଇଛି । ଏ ନେଇ ନିକଟରେ ଅନୁଷ୍ଠିତ ସଂଘର ଜାତୀୟ ଉପ-ସଭାପତି ପ୍ରଦୀପ୍ତ ଦତଙ୍କ ଅଧ୍ୟକ୍ଷତାରେ ସଭାରେ ଓଡିଶାର ସମସ୍ତ କମ୍ୟୁନିଟି ରେଡିଓ ସଭ୍ୟମାନେ ଉପସ୍ଥିତ ଥିଲେ ।

ଏହା ଛଡ଼ା ରାଜ୍ୟର ବିଭିନ୍ନ ଅଂଚଳର କମ୍ୟୁନିଟି ରେଡିଓ ମୁଖ୍ୟ ବିକାଶ ମହାପାତ୍ର, ସୁଜିତ ପଟ୍ଟନାୟକ, ପ୍ରଭାସ ସାମନ୍ତରାୟ, ସୌମ୍ୟ ରଂଜନ ନାୟକ, ପ୍ରତାପ ବାରିକ ଓ ଲିଙ୍ଗରାଜ ସାମନ୍ତରାୟଙ୍କୁ ସଭ୍ୟ ଭାବେ ଚୟନ କରାଯାଇଛି । ଉଲ୍ଲେଖ୍ୟଯୋଗ୍ୟ ଯେ ରାଜ୍ୟରେ ବର୍ତମାନ ମୋଟ ୩୭ଟି କମ୍ୟୁନିଟି ରେଡିଓ କାର୍ଯ୍ୟ କରୁଛି ।

Leave A Reply

Your email address will not be published.