ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ

କର୍ତ୍ତବ୍ୟପଥରେ ବିଶ୍ବ ଦେଖିବ ଓଡ଼ିଶାର କଳା

0

ନୂଆଦିଲ୍ଲୀ : ଗଣତନ୍ତ୍ର ଦିବସରେ ସ୍ଥାନ ପାଇବ  ଓଡ଼ିଶାର ପ୍ରଜ୍ଞାପନ ମେଢ଼ । ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ଗଣତନ୍ତ୍ର (ସାଧାରଣତନ୍ତ୍ର) ଦିବସ‌ ପରେଡ୍‌ରେ ଏଥର ଓଡ଼ିଶାର ପ୍ରଜ୍ଞାପନ ମେଢ଼ ସ୍ଥାନ ପାଇବ। ଓଡ଼ିଶାର ପ୍ରଜ୍ଞାପନ ମେଢ଼ ମାଧ୍ୟମରେ କର୍ତ୍ତବ୍ୟପଥରେ ଦର୍ଶକମାନେ ଓଡ଼ିଶାର କଳାକୁ ଆଖି ଆଗରେ ଦେଖିବାର ସୁଯୋଗ ପାଇପାରିବେ। ଓଡ଼ିଶାର ପ୍ରଜ୍ଞାପନ ମେଢ଼ ମଡେଲ ମନୋନୀତ ହୋଇଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ଗୁରୁବାର ଦିନ ଚିଠି ଜାରି ହୋଇଛି।

ଚିଠିରେ ଉଲ୍ଲେଖ ‌ହୋଇଛ ଯେ, ନୂଆଦିଲ୍ଲୀର କର୍ତ୍ତବ୍ୟପଥରେ ଆୟୋଜିତ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ସମାରୋହରେ ମହାରାଷ୍ଟ୍ର, ମଣିପୁର, ମେଘାଳୟ, ଓଡ଼ିଶା, ରାଜସ୍ଥାନ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ଅରୁଣାଚଳ ପ୍ରଦେଶ, ଛତିଶଗଡ଼, ଗୁଜରାଟ, ହରିୟାଣା, ଝାଡ଼ଖଣ୍ଡ, ଲଦାଖ, ମଧ୍ୟପ୍ରଦେଶ, ତେଲେଙ୍ଗାନା ଓ ଉତ୍ତରପ୍ରଦେଶରରୁ ପ୍ରଜ୍ଞାପନ ମେଢ଼ ପାଇଁ ମନୋନୀତ କରାଯାଇଛି । ୧୬ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମଡେଲ ଚୂଡ଼ାନ୍ତ ନେଇ ଚିଠି ହୋଇଥିବା ପ୍ରକାଶ ।

Leave A Reply

Your email address will not be published.