ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

ସରକାରଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ଓହରିଲେ ଡ୍ରାଇଭର ମହାସଂଘ

0

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ସହ ଆଲୋଚନା ପରେ ରାଜ୍ୟ ଡ୍ରାଇଭର ସଂଘ ଆନ୍ଦୋଳନରୁ ଓହରିବା ପାଇଁ ନିଷ୍ପତ୍ତି ନେଇଛି। ଏନେଇ ଡ୍ରାଇଭର ମହାସଂଘ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।

ସଂଘ ପକ୍ଷରୁ କୁହାଯାଇଛି ଯେ, ରାଜ୍ୟ ସରକାର ୨ଟି ଦାବି ପୂରଣ କରିଛନ୍ତି। ଓଡ଼ିଶା ଡ୍ରାଇଭର ମହାସଂଘ କୋଷାଧ୍ୟକ୍ଷ ଆଦିତ୍ୟ ବେହେରା ଏହି ସୂଚନା ଦେଇଥିବା ବେଳେ ତତ୍‌କ୍ଷଣାତ୍ ଗାଡ଼ି ଚଳାଚଳ ସ୍ୱାଭାବିକ ହୋଇଥିବା କହିଛନ୍ତି। ସରକାରଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ଓହରିବାକୁ ଭିଡିଓ ବାର୍ତ୍ତା ଜାରି କରି ଆହ୍ୱାନ ଦେଇଥିଲେ ମହାସଂଘ ସଭାପତି ପ୍ରଶାନ୍ତ ମେଣ୍ଡୁଲି। ସେ କହିଥିଲେ, ରାଜ୍ୟ ସରକାର ଆମ ଦାବି ଶୁଣିଛନ୍ତି। ତେଣୁ ଆନ୍ଦୋଳନରୁ ଓହରି ଯାଆନ୍ତୁ ଓ ନିଜ ନିଜ କାର୍ଯ୍ୟରେ ଲାଗିପଡ଼ନ୍ତୁ। ଦରକାର ପଡ଼ିଲେ ଭବିଷ୍ୟତରେ କେନ୍ଦ୍ର ସରକାରଙ୍କ ଆଇନ ବିରୋଧରେ ଆନ୍ଦୋଳନକୁ ଓହ୍ଲାଇବା। ଅନ୍ୟ ସମସ୍ତ ରାଜ୍ୟ ଆନ୍ଦୋଳନକୁ ଓହ୍ଲାଇଲେ ଆମେ ମଧ୍ୟ ଓହ୍ଲାଇବ।

ଆଜି ପରିବହନ କମିଶନର ଅମିତାଭ ଠାକୁର ଡ୍ରାଇଭର ସଂଘ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଛନ୍ତି। ଏହି ଆଲୋଚନା ବେଶ୍‌ ଫଳପ୍ରଦ ହେବା ସହ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିବା ପରିବହନ କମିଶନର ସୂଚନା ଦେଇଛନ୍ତି।ଗଣମାଧ୍ୟମକୁ ସାକ୍ଷାତକାରରେ ସେ କହିଥିଲେ, ଡ୍ରାଇଭର ମହାସଂଘ କର୍ମକର୍ତ୍ତାଙ୍କ ସହ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିବା ବେଳେ ତାହା ଫଳପ୍ରଦ ହୋଇଛି। ୩ ବର୍ଷ ହେଲା ସେମାନେ କରି ଆସୁଥିବା ଦାବି ପୂରଣ କରାଯାଇଛି। ଫଳରେ ଆମ ଅନୁରୋଧ ରକ୍ଷା କରି ସେମାନେ ଆନ୍ଦୋଳନକୁ ପ୍ରତ୍ୟାହାର କରିଛନ୍ତି।

Leave A Reply

Your email address will not be published.