ପ୍ରମୁଖ ଖବର

ସ୍ବର୍ଗତଃ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ପଚରାଉଚରା ସୂଚନା। ଆୟକର ବିଭାଗର ପଚରାଉଚରା ସୂଚନା। ପ୍ରାୟ ୪ ଘଣ୍ଟା ଧରି ପଚରାଉଚରା କରାଯାଇଥିବା ପ୍ରାଥମିକ ସୂଚନା
।ବିଜେପିରୁ ବରିଷ୍ଠ ନେତା ବିଜୟ ମହାପାତ୍ର ବହିଷ୍କୃତ, ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ବହିଷ୍କୃତ
ବିଜେଡି କର୍ମୀଙ୍କ ଆକ୍ରମଣ ବିଜେପି କର୍ମୀଙ୍କ ମୃତ୍ୟୁ, ୩ ଜଣ ଗୁରୁତର ଆହତ
ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି, ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି
ପୁରୀରେ ସଫେଇ କର୍ମଚାରୀଙ୍କ ଉପରେ ବୋମା ମାଡ଼, ଘଟଣାରେ ଦୁଇ ଜଣ ସଫେଇ କର୍ମଚାରୀ ଆହତ

ସରକାରଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ଓହରିଲେ ଡ୍ରାଇଭର ମହାସଂଘ

0

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ସହ ଆଲୋଚନା ପରେ ରାଜ୍ୟ ଡ୍ରାଇଭର ସଂଘ ଆନ୍ଦୋଳନରୁ ଓହରିବା ପାଇଁ ନିଷ୍ପତ୍ତି ନେଇଛି। ଏନେଇ ଡ୍ରାଇଭର ମହାସଂଘ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।

ସଂଘ ପକ୍ଷରୁ କୁହାଯାଇଛି ଯେ, ରାଜ୍ୟ ସରକାର ୨ଟି ଦାବି ପୂରଣ କରିଛନ୍ତି। ଓଡ଼ିଶା ଡ୍ରାଇଭର ମହାସଂଘ କୋଷାଧ୍ୟକ୍ଷ ଆଦିତ୍ୟ ବେହେରା ଏହି ସୂଚନା ଦେଇଥିବା ବେଳେ ତତ୍‌କ୍ଷଣାତ୍ ଗାଡ଼ି ଚଳାଚଳ ସ୍ୱାଭାବିକ ହୋଇଥିବା କହିଛନ୍ତି। ସରକାରଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ଓହରିବାକୁ ଭିଡିଓ ବାର୍ତ୍ତା ଜାରି କରି ଆହ୍ୱାନ ଦେଇଥିଲେ ମହାସଂଘ ସଭାପତି ପ୍ରଶାନ୍ତ ମେଣ୍ଡୁଲି। ସେ କହିଥିଲେ, ରାଜ୍ୟ ସରକାର ଆମ ଦାବି ଶୁଣିଛନ୍ତି। ତେଣୁ ଆନ୍ଦୋଳନରୁ ଓହରି ଯାଆନ୍ତୁ ଓ ନିଜ ନିଜ କାର୍ଯ୍ୟରେ ଲାଗିପଡ଼ନ୍ତୁ। ଦରକାର ପଡ଼ିଲେ ଭବିଷ୍ୟତରେ କେନ୍ଦ୍ର ସରକାରଙ୍କ ଆଇନ ବିରୋଧରେ ଆନ୍ଦୋଳନକୁ ଓହ୍ଲାଇବା। ଅନ୍ୟ ସମସ୍ତ ରାଜ୍ୟ ଆନ୍ଦୋଳନକୁ ଓହ୍ଲାଇଲେ ଆମେ ମଧ୍ୟ ଓହ୍ଲାଇବ।

ଆଜି ପରିବହନ କମିଶନର ଅମିତାଭ ଠାକୁର ଡ୍ରାଇଭର ସଂଘ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଛନ୍ତି। ଏହି ଆଲୋଚନା ବେଶ୍‌ ଫଳପ୍ରଦ ହେବା ସହ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିବା ପରିବହନ କମିଶନର ସୂଚନା ଦେଇଛନ୍ତି।ଗଣମାଧ୍ୟମକୁ ସାକ୍ଷାତକାରରେ ସେ କହିଥିଲେ, ଡ୍ରାଇଭର ମହାସଂଘ କର୍ମକର୍ତ୍ତାଙ୍କ ସହ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିବା ବେଳେ ତାହା ଫଳପ୍ରଦ ହୋଇଛି। ୩ ବର୍ଷ ହେଲା ସେମାନେ କରି ଆସୁଥିବା ଦାବି ପୂରଣ କରାଯାଇଛି। ଫଳରେ ଆମ ଅନୁରୋଧ ରକ୍ଷା କରି ସେମାନେ ଆନ୍ଦୋଳନକୁ ପ୍ରତ୍ୟାହାର କରିଛନ୍ତି।

Leave A Reply

Your email address will not be published.