ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଓଡ଼ିଶା ଟ୍ରାନ୍ସପୋର୍ଟ କର୍ମଚାରୀ ମହାସଂଘର ଆନ୍ଦୋଳନ ପ୍ରତ୍ୟାହୃତ

0

ଭୁବନେଶ୍ବର: ଆଜି ଆରମ୍ଭ ହୋଇଥିବା ଓଡ଼ିଶା ଟ୍ରାନ୍ସପୋର୍ଟ କର୍ମଚାରୀ ମହାସଂଘର ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି । ଆନ୍ଦୋଳନ ପ୍ରତ୍ୟାହାର ନେଇ ଓଡ଼ିଶା ପରିବହନ ଶ୍ରମିକ ମହାସଂଘ ସଭାପତି ଜନାର୍ଦ୍ଦନ ପତି ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ: ହିଟ୍ ଆଣ୍ଡ ରନ୍ ମାମଲାରେ କେନ୍ଦ୍ର ସରକାରଙ୍କ ଆଇନକୁ ବିରୋଧ କରି ଆଜିଠାରୁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧର୍ମଘଟ କରିବାକୁ ଓଡ଼ିଶା ପରିବହନ କର୍ମଚାରୀ ସଂଘ ଡାକରା ଦେଇଥିଲା। ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଏଥିରେ ହସ୍ତକ୍ଷେପ କରିବାକୁ ଅନୁରୋଧ କରାଯାଇଥିଲା । ଏହାପରେ ଲୋକସେବା ଭବନରେ ମୁଖ୍ୟ  ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା । ଏଥିରେ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ସଚିବ ଉଷା ପାଢ଼ୀ, ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ, ଭୁବନେଶ୍ବର ଡିସିପି ପ୍ରତୀକ ସିଂ, ଟ୍ରାନ୍ସପୋର୍ଟ କର୍ମଚାରୀ ମହାସଂଘ ସଭାପତି ଜନାର୍ଦ୍ଦନ ପତି ପ୍ରମୁଖ ଉପସ୍ଥିତ ଥିଲେ। ।

Leave A Reply

Your email address will not be published.