ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଉଦଘାଟନ ହେଲା ମାଲକାନଗିରି ବିମାନବନ୍ଦର

0

ମାଲକାନଗିରି: ଉଦଘାଟନ ହେଲା ବହୁପ୍ରତୀକ୍ଷିତ ମାଲକାନଗିରି ବିମାନବନ୍ଦର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନବନ୍ଦରରେ ଅବତରଣ କରି ଏହାର ଲୋକାର୍ପଣ କରିଛନ୍ତି ।୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଉପସ୍ଥିତ ରହିଥିଲେ । ଏହାଛଡ଼ା ପରିବହନ ମନ୍ତ୍ରୀ ଟୁକୁନି ସାହୁ ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ଅଛନ୍ତି। ମାଲକାନଗିରି ଠାରେ ନିର୍ମାଣ ହୋଇଥିବା ନୂତନ ବିମାନବନ୍ଦର ଶୁଭାରମ୍ଭ ହେବାପରେ ଜିଲ୍ଲାବାସୀଙ୍କ ସ୍ବପ୍ନ ପୂରଣ ହୋଇଛି। ଲୋକାର୍ପଣ ପରେ ମୁଖ୍ୟମନ୍ତ୍ରୀ ଟର୍ମିନାଲ-୨ ପରିଦର୍ଶନ କରିଛନ୍ତି।

ପ୍ରାୟ ୨୩୩ ଏକର ଅଞ୍ଚଳରେ ନିର୍ମିତ ବିମାନ ବନ୍ଦରରେ ୧୬୨୦ ମିଟର ଇନଟୁ ୩୦ ମିଟର ରନଓ୍ବେ ନିର୍ମାଣ ହୋଇଛି । ୭୦ କୋଟି ଟଙ୍କା ବ୍ୟୟରେ ଏହି ବିମାନ ବନ୍ଦରର ଉନ୍ନତିକରଣ ହୋଇଛି । ଏଠାରେ ମଧ୍ୟମ ବର୍ଗର ଉଡାଜାହାଜ ଅବତରଣ କରିପାରିବା ସୁବିଧା ରହିଛି । ବିମାନ ବନ୍ଦରର ସମସ୍ତ ନିର୍ମାଣ ଖର୍ଚ୍ଚ ରାଜ୍ୟ ସରକାର ବହନ କରିଛନ୍ତି  । ଭୁବନେଶ୍ୱର, ଝାରସୁଗୁଡ଼ା, ଜୟପୁର, ଉତ୍କେଲା, ରାଉରକେଲା ଓ ରଙ୍ଗେଇଲୁଣ୍ଡା ପରେ ଆକାଶ ପଥରେ ଯୋଡି ହୋଇଛି ମାଲକାନଗିରି । ବିମାନ ସେବା ଆରମ୍ଭ ହେଲେ ଜିଲ୍ଲାରେ ସାମାଜିକ ଓ ଆର୍ଥିକ ବିକାଶ ତ୍ୱରାନ୍ୱିତ ହେବ । ପୁଞ୍ଜିନିବେଶ ସୁଯୋଗ ସୃଷ୍ଟି ହେବା ସହ ଲୋକଙ୍କୁ କର୍ମନିଯୁକ୍ତି ମିଳିବ ।

Leave A Reply

Your email address will not be published.