ପ୍ରମୁଖ ଖବର

ଭୂଦାନ ଜମିର ପଞ୍ଜିକରଣ-ମ୍ୟୁଟେସନ୍‌ରେ ରୋକ, ଡିଜିଟାଲ ଡାଟାବେସ୍‌ ପ୍ରସ୍ତୁତି
ୟୁରୋପକୁ ଅଶୋଧିତ ତୈଳ ଯୋଗାଣ ବନ୍ଦ କଲା ସାଉଦି
NISER ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ
ପ୍ରତ୍ୟାହାର ନିଷ୍ପତ୍ତି ବଦଳାଇଲେ ମମତାଙ୍କ ପ୍ରାର୍ଥୀ
ମଧ୍ୟପ୍ରଦେଶରେ ନାଳରେ ଭାସିଗଲା କାର, ୭ ଓଡ଼ିଆଙ୍କ ସମେତ ୮ ମୃତ
ଘରୋଇ ବିଶ୍ୱବିଦ୍ୟାଳୟ ଲାଭ ପାଇଁ ଚାଲିପାରିବ ନାହିଁ: ସୁପ୍ରିମକୋର୍ଟ
ଟିଏମ୍‌ସିର ନାମ-ଚିହ୍ନ ଫ୍ରିଜ୍, ସୁପ୍ରିମକୋର୍ଟରେ ମମତା

ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନ୍ସପେକ୍ଟର

0

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପଡିଲେ ଟ୍ରାଫିକ ଇନ୍ସପେକ୍ଟର । ଆୟବହିର୍ଭୁତ ସଂପତ୍ତିି ଠୁଳ ଅଭିଯୋଗରେ ଚଢାଉ କରିଛି ଭିଜିଲାନ୍ସ । ତାଳଚେରର ଟ୍ରାଫିକ ଇନ୍ସପେକ୍ଟର ଜିତେନ୍ଦ୍ର କୁମାର ବେହେରାଙ୍କ ଗାଡିରୁ ୧୧ ଲକ୍ଷ ୧୫ ହଜାର ୪୭୦ ଟଙ୍କା ଜବତ କରିଛି ଭିଜିଲାନ୍ସ ବିଭାଗ । କାରରେ ତାଳଚେରରୁ ଅସ୍ତରଙ୍ଗ ଯିବା ବେଳେ ବାଲିଅନ୍ତା ତ୍ରିନାଥ ବଜାର ନିକଟରେ ଟ୍ରାଫିକ ଇନ୍ସପେକ୍ଟରଙ୍କୁ ଅଟକାଇଥିଲେ ଭିଜିଲାନ୍ସ ଅଧିକାରୀ ।

ଏହାପରେ ତାଳଚେରରେ ଥିବା ଭଡା ଘର ଓ ଅସ୍ତରଙ୍ଗରେ ଥିବା ବାସଭବନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ ଚାଲିଛି । ଚଢ଼ାଉ ବେଳେ ତାଳଚେର ସ୍ଥିତ ଭଡା ଘରୁ ନଗଦ ୩ ଲକ୍ଷ ୮ହଜାର ୭୫୦ ଟଙ୍କା ସହ ୩୩୬ ଗ୍ରାମ ସୁନା ଜବତ ହୋଇଛି । ସେହିପରି ଅସ୍ତରଙ୍ଗରେ ଥିବା ଜିତେନ୍ଦ୍ର କୁମାର ବେହେରାଙ୍କ ବାସଭବନରୁ ନଗଦ ୧୦ ଲକ୍ଷ ଟଙ୍କା ଜବତ କରାଯାଇଛି । ବର୍ତ୍ତମାନ ସୁଦ୍ଧା ଭିଜିଲାନ୍ସ ଚଢଉରୁ ନଗଦ ୨୪ ଲକ୍ଷ ୨୪ ହଜାର ଟଙ୍କା ଓ ବିପୁଳ ସୁନା ଅଳଙ୍କାର ଜବତ ହୋଇଛି । ଏବେ ଜିତେନ୍ଦ୍ରଙ୍କ ସଂପର୍କୀୟଙ୍କ ଘରେ ମଧ୍ୟ ଭିଜିଲାନ୍ସ ଚଢାଉ କରୁଛି ।

Leave A Reply

Your email address will not be published.