ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଓୟୋ ହୋଟେଲରୁ ଅଙ୍ଗନବାଡ଼ି ଦିଦିଙ୍କ ମୃତ ଦେହ ଉଦ୍ଧାର

0

ବ୍ରହ୍ମପୁର: ବ୍ରହ୍ମପୁର ଉପକଣ୍ଠ ହଳଦିଆପଦର ସ୍ଥିତ ଓୟୋ ହୋଟେଲ ରୁମରେ ଜଣେ ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୁଲିସ ତାଙ୍କ ପ୍ରେମିକଙ୍କୁ ଅଟକ ରଖି ପଚରାଉଚରା କରୁଛି।

ସୂଚନାଯୋଗ୍ୟ; ମୃତ ଯୁବତୀ ଜଣଙ୍କ ଜଣେ ଅଙ୍ଗନବାଡ଼ି କର୍ମୀ। ତାଙ୍କ ଘର ପୁରୀ ଜିଲ୍ଲା ଚନ୍ଦନପୁର ଥାନା ଅଞ୍ଚଳରେ। ଗତକାଲି ସେ ତାଙ୍କ ପ୍ରେମିକ ସଙ୍କେତ ସେନାପତିଙ୍କ ସହ ଭୁବନେଶ୍ୱରରୁ ଆସି ହଳଦିଆପଦର ସ୍ଥିତ ଓୟୋ ହୋଟେଲ୍‌ରେ ରହିଥିଲେ। ସନ୍ଧ୍ୟାରେ ସେମାନେ ହୋଟେଲ୍‌କୁ ଆସିଥିଲେ। ସେଠାରେ ସେ ଅସୁସ୍ଥ ହୋଇପଡ଼ିଥିଲେ ବୋଲି ତାଙ୍କ ପ୍ରେମିକ କହିଛନ୍ତି। 

ରାତି ପ୍ରାୟ ସାଢ଼େ ୧୦ଟାରେ ସଙ୍କେତ ତାଙ୍କ ପ୍ରେମିକାଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହା ପରେ ସଙ୍କେତ ତାଙ୍କ ପ୍ରେମିକାଙ୍କ ମା’ଙ୍କୁ ଫୋନ୍ କରିଥିଲେ। ତେବେ ପ୍ରେମିକାଙ୍କ ମୃତ୍ୟୁ ହୋଇଯାଇଛି ବୋଲି ସେ କହି ନଥିଲେ। କେବଳ ଦେହ ଭଲ ନଥିବା କହିଥିଲେ। ଯୁବତୀଙ୍କ ପରିବାର ଲୋକେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ପହଞ୍ଚିବା ପରେ ତାଙ୍କର ମୃତ୍ୟୁ ହୋଇସାରିଥିବା ଜାଣିବାକୁ ପାଇଥିଲେ।

ଯୁବତୀଙ୍କ ପୁରୁଷ ବନ୍ଧୁ ସଙ୍କେତ ଭୁବନେଶ୍ବରର ଜେ.କେ. ଟାୟାର କମ୍ପାନୀରେ ସେଲସ୍‌ ମ୍ୟାନେଜର ଭାବେ କାମ କରୁଥିଲେ । ଫେସବୁକ ଜରିଆରେ ଉଭୟଙ୍କ ମଧ୍ୟରେ ଗତ ଏକ ବର୍ଷ ହେଲା ପ୍ରେମ ସମ୍ପର୍କ ସୃଷ୍ଟି ହୋଇଥିଲା । ଗତକାଲି ସଙ୍କେତଙ୍କ ଜନ୍ମଦିନ ପାଳନ କରିବା ନିମନ୍ତେ ପୁରୀ ଯିବି କହି ଯୁବତୀ ଜଣକ ଘରୁ ବାହାରିଥିଲେ । ପୁରୀ ନ ଯାଇ ସଙ୍କେତ ଯୁବତୀଙ୍କୁ ଓୟୋ ହୋଟେଲକୁ ଆଣି ଦୁଷ୍କର୍ମ କରିବା ପରେ ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ଅଭିଯୋଗ ପରେ ସଙ୍କେତକୁ ଅଟକ ରଖି ପଚରାଉଚୁରା କରୁଛି ବ୍ରହ୍ମପୁର ପୋଲିସ୍ । ଅଭିଯୋଗ ପ୍ରମାଣିତ ହେଲେ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ଦେଇଛନ୍ତି ବ୍ରହ୍ମପୁର ଏସପି । 

Leave A Reply

Your email address will not be published.