ଭୁବନେଶ୍ବର: ଆସନ୍ତା ୧୭ ତାରିଖ ସରକାରୀ ଛୁଟି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନକୁ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପ୍ରକଳ୍ପ ହେବ ଓଡିଆ ଅସ୍ମିତାର ଅନନ୍ୟ ନିଦର୍ଶନ। ଶ୍ରୀଜଗନ୍ନାଥଙ୍କ ଭକ୍ତମାନେ ଯେପରି ଆନନ୍ଦର ସହ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ କରିପାରିବେ ତାହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଜାନୁଆରି ୧୭ ତାରିଖ ଦିନଟିକୁ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି। ଆସନ୍ତା ଜାନୁଆରି ୧୭ ତାରିଖ ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ସ୍କୁଲ ଓ କଲେଜ ବନ୍ଦ ରହିବ।
ପ୍ରମୁଖ ଖବର
କଂଗ୍ରେସ ନିଜ ବିଫଳତା ପାଇଁ ଦେଶକୁ ବଦନାମ କରୁଛି : ମୋଦୀ
ସଡ଼କ ଦୁର୍ଘଟଣାରେ ଓଡ଼ିଶାର ଦୁଇ ପ୍ରତିଭାବାନ ଯୁବ ଆଥଲେଟ୍ଙ୍କ ମୃତ୍ୟୁ
ଡ୍ରାଇଭିଂ ଲାଇସେନ୍ସ ପାଇଁ ୭୫% ନମ୍ବର ବାଧ୍ୟତାମୂଳକ କରିବାକୁ ପ୍ରସ୍ତାବ
ସାଉଦି ଏୟାରପୋର୍ଟରେ ମିସାଇଲ ମାଡ଼, ଜଣେ ଭାରତୀୟଙ୍କ ସମେତ ୨ ମୃତ
ଛତିଶଗଡ଼ରେ ଭୟଙ୍କର ବସ୍ ଦୁର୍ଘଟଣା, ୬ ମୃତ; ୩୦ରୁ ଅଧିକ ଆହତ
ଏସିଆନ୍ ପାରା ଗେମ୍ସରେ ଚମକିଲେ ଓଡ଼ିଆ ଝିଅ ଜୟନ୍ତୀ, ଜିତିଲେ ରୌପ୍ୟ
ଏବେ ଟ୍ରେନ୍ରେ ବସି ଅର୍ଡର କରିପାରିବେ ଆବଶ୍ୟକ ସାମଗ୍ରୀ, ବ୍ଲିଙ୍କିଟ୍ ସହ ରେଳବାଇର ସହଭାଗିତା
ଉତ୍ତରପ୍ରଦେଶରେ ଭାଜପାକୁ ଝଟ୍କା, ଦଳ ଛାଡ଼ିଲେ ପୂର୍ବତନ ବିଧାୟକ