ଭୁବନେଶ୍ବର: ଆସନ୍ତା ୧୭ ତାରିଖ ସରକାରୀ ଛୁଟି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନକୁ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପ୍ରକଳ୍ପ ହେବ ଓଡିଆ ଅସ୍ମିତାର ଅନନ୍ୟ ନିଦର୍ଶନ। ଶ୍ରୀଜଗନ୍ନାଥଙ୍କ ଭକ୍ତମାନେ ଯେପରି ଆନନ୍ଦର ସହ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ କରିପାରିବେ ତାହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଜାନୁଆରି ୧୭ ତାରିଖ ଦିନଟିକୁ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି। ଆସନ୍ତା ଜାନୁଆରି ୧୭ ତାରିଖ ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ସ୍କୁଲ ଓ କଲେଜ ବନ୍ଦ ରହିବ।
ପ୍ରମୁଖ ଖବର
ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍ ୩.୦’
ଟ୍ରକ୍ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ