ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଜାନୁଆରୀ ୧୭ ଓ ୨୨ ତାରିଖରେ କେନ୍ଦ୍ରାପଡ଼ାରେ ମଦ ବିକ୍ରି ବନ୍ଦ

0

କେନ୍ଦ୍ରାପଡା: ଜାନୁଆରୀ ୧୭ ଓ ୨୨ ତାରିଖରେ କେନ୍ଦ୍ରାପଡ଼ାରେ ମଦ ବିକ୍ରି ବନ୍ଦ ରହିବ। ଆଜି କେନ୍ଦ୍ରାପଡ଼ା ଜିଲ୍ଲାପାଳ ଏହି ନିର୍ଦ୍ଦେଶ ଦେଇଛନ୍ତି। ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦ୍‌ଘାଟନ ଓ ରାମମନ୍ଦିର ପ୍ରତିଷ୍ଠା ଉତ୍ସବକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏହି ନିର୍ଦ୍ଦେଶ ଦେଇଛନ୍ତି। 

ସୂଚନାଯୋଗ୍ୟ, ଆସନ୍ତାକାଲି ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ହେବ। ସେଥିପାଇଁ ପୂର୍ବରୁ ସରକାର ମଧ୍ୟ ଆସନ୍ତାକାଲି ସମସ୍ତ ସରକାରୀ ସ୍କୁଲ୍ ଓ ଅଫିସ୍‌କୁ ଛୁଟି ଘୋଷଣା କରିଥିଲେ । ଏବେ କେନ୍ଦ୍ରାପଡାରେ ମଦ ବନ୍ଦ ହେବା ଘୋଷଣା କରାଯାଇଛି । ସେହିପରି ମଧ୍ୟ ୨୨ ତାରିଖରେ ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା ହେବାକୁ ଥିବା ବେଳେ ସେହି ଦିନ ଉତ୍ତର ପ୍ରଦେଶରେ ସମସ୍ତ ସ୍କୁଲ୍‌, କଲେଜ ଛୁଟି ରହିବ। ସେହିପରି ସେହିଦିନ ଅଯୋଧ୍ୟାରେ କେହି ମଦ ବିକ୍ରି କରିପାରିବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିର୍ଦ୍ଦେଶ ଦେଇଛନ୍ତି।  

Leave A Reply

Your email address will not be published.