ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

କଂଗ୍ରେସକୁ ଫେରିଲେ ଗିରିଧର ଗମାଙ୍ଗଙ୍କ ପରିବାର

0

ଭୁବନେଶ୍ବର: ପୁଣି କଂଗ୍ରେସକୁ ଫେରିଲେ ଗିରିଧର ଗମାଙ୍ଗଙ୍କ ପରିବାର। ଏଆଇସିସି ତରଫରୁ ସବୁଜ ସଙ୍କେତ ମିଳିବା ସହ ପିସିସି ସଭାପତିଙ୍କ ସହ ପୂର୍ବରୁ ଆଲୋଚନା ସରିଥିଲା । ଏବେ ବିଦ୍ଧିବଦ୍ଧ ଭାବେ ସେ ପୁଣି କଂଗ୍ରେସରେ ସାମିଲ ହୋଇଛନ୍ତି।

ତେବେ ଆଜି ବିଧିବଦ୍ଧ ଭାବେ ଗିରିଧର ଗମାଙ୍ଗ, ହେମା ଗମାଙ୍ଗ ଓ ଶିଶିର ଗମାଙ୍ଗ ତଥା ସମ୍ପୂର୍ଣ୍ଣ ଗମାଙ୍ଗ ପରିବାର ସହ ସଂଜୟ ଭୋଇ ଦିଲ୍ଲୀ ଯାଇ କଂଗ୍ରେସ ହାତ ଧରିଛନ୍ତି। ୨୦୧୫ରେ କଂଗ୍ରେସ ଛାଡି ବିଜେପିରେ ଯୋଗଦେଇଥିଲେ ଗିରିଧର ଗମାଙ୍ଗ। ୨୦୨୩ ଅଗଷ୍ଟ ମାସରେ ବିଜେପି ଛାଡି ଭାରତ ରାଷ୍ଟ୍ର ସମିତି ବିଆରଏସରେ ମିଶିଥିଲେ। କିନ୍ତୁ ବିଆରଏସ ଏବେ ଓଡିଶାରେ ନିଜର ସାଙ୍ଗଠନିକ ସ୍ଥିତି ସୁଦୃଢ କରିବା ପାଇଁ ଯୋଜନା କରି ନଥିବାରୁ କଂଗ୍ରେସକୁ ଫେରିବାକୁ ଚିନ୍ତା କରିଥିଲେ ଗିରିଧର ଏବଂ ତାଙ୍କ ପୁଅ।

ସେହିପରି ପୂର୍ବତନ ବରଗଡ ସାଂସଦ ସଂଜୟ ଭୋଇ କଂଗ୍ରେସରୁ ଟିକେଟ୍ ପାଇ ୨୦୦୯ରେ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। ମାତ୍ର ୨୦୧୯ରେ ଦଳ ତାଙ୍କୁ ଟିକେଟ୍ ନ ଦେଇ ଥିବାରୁ ସେ କଂଗ୍ରେସ ଛାଡି ବିଜେପିରେ ମିଶିଥିଲେ। ଏବେ ୨୦୨୪ ସାଧାରଣ ନିର୍ବାଚନକୁ ନଜରରେ ରଖି କଂଗ୍ରେସ ରାଜ୍ୟରେ ନିଜର ବଳ ଗୋଟାଇବାରେ ଲାଗିଛି। ତେଣୁ ପୁରୁଣା ନେତାଙ୍କୁ ଦଳକୁ ଫେରାଇ ଆଣିବାକୁ ପ୍ରକ୍ରିୟା ଜାରି ରହିଛି।

Leave A Reply

Your email address will not be published.