ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ଲୋକାର୍ପିତ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

0

ପୁରୀ: ଲୋକାର୍ପିତ ହୋଇଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଅପରାହ୍ନ ସାଢ଼େ ଗୋଟାଏରେ ଶୁଭଲଗ୍ନରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗଜପତି ମହାରାଜା ଦିବ୍ୟସିଂହଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ  ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କରିଛନ୍ତି। ଲୋକାର୍ପଣ ଫଳକରେ ନଡ଼ିଆ ପିଟି ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ। ସେହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍ ଉପସ୍ଥିତ ଥିଲେ।

ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବରେ ଆଜି ରଥଯାତ୍ରା ଭଳି ପୁରୀକୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ଏଥିପାଇଁ ହୋଇଛି ଭବ୍ୟ ଆୟୋଜନ। ଲୋକାର୍ପଣ ଲାଗି ଆଲୋକମାଳା ଓ ଅନ୍ୟାନ୍ୟ ସାଜସଜାରେ ଝଟକୁଛି ଶ୍ରୀମନ୍ଦିର ସହ ଲୋକାର୍ପଣ ଅପେକ୍ଷାରେ ଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଚାରିଦ୍ବାରକୁ ଆଲୋକମାଳାରେ ଏଭଳି ଭରି ଦିଆଯାଇଛି ଯେ ଭକ୍ତ କ୍ଷଣିକ ପାଇଁ ଅଟକିଯାଉଛି। ସିଂହଦ୍ବାରରେ ରଙ୍ଗବେରଙ୍ଗର ପାରମ୍ପରିକ ଝୋଟି କଳା ବି ଆକର୍ଷଣକୁ ଦ୍ବିଗୁଣିତ କରି ଦେଉଛି।

ଶ୍ରୀମନ୍ଦିର ଚତୁଃପାର୍ଶ୍ବରେ ପୁନରୁଦ୍ଧାର ହୋଇଥିବା ମଠ, ମନ୍ଦିରକୁ ବି ଆଲୋକମାଳାରେ ସଜାଯାଇଛି। ଶ୍ରୀମନ୍ଦିରର ଚାରିଦ୍ବାରରେ ଫୁଲର ବ୍ୟାପକ ସାଜସଜା କରାଯାଇଛି। ମଠ, ମନ୍ଦିରକୁ ବି ଫୁଲରେ ସଜାଯାଇଛି। ଚାରିଦ୍ବାରେ ରଙ୍ଗବେରଙ୍ଗ ଫୁଲକୁଣ୍ଡରେ ସଜ୍ଜିତ କରାଯାଇଛି। ଏହା ସାଙ୍ଗକୁ ସବୁଜ ବଳୟ ଆଧ୍ୟାତ୍ମିକତାର ମହକ ଭରି ଦେଉଛି। ଆଜି ବି ମହାଯଜ୍ଞ ସାଙ୍ଗକୁ ବେଦପାଠୀଙ୍କ ବେଦପାଠ ଓ ନାମ ସଂକୀର୍ତ୍ତନରେ ପ୍ରକମ୍ପିତ ହେଉଛି ଖଣ୍ଡମଣ୍ଡଳ। ଭକ୍ତିପୂତ କରିଛି ଝାଞ୍ଜ, ସଂକୀର୍ତ୍ତନ ସାଙ୍ଗକୁ ସଂକୀର୍ତ୍ତନିଆଙ୍କ ଜୟ ଜଗନ୍ନାଥ ଡାକ। ଯଜ୍ଞ ଆହୂତି ସହ ବେଦମନ୍ତ୍ର ବିଶ୍ବ ମଙ୍ଗଳ କାମନା କରିଛନ୍ତି ବରଣୀୟ ବ୍ରାହ୍ମଣ।

ଅପରାହ୍ନ ୩ ଟା ପରଠାରୁ ଭକ୍ତମାନେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବୁଲି ଦେଖିପାରିବେ। ଭକ୍ତଙ୍କ ଗହଳିକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

Leave A Reply

Your email address will not be published.