ପ୍ରମୁଖ ଖବର

ମହାନଦୀରେ ବୁଡ଼ି ୩ କଲେଜ ଛାତ୍ର ନିଖୋଜ, ଜଣଙ୍କ ମୃତଦେହ ଉଦ୍ଧାର
ଏମ୍ସ ଭୁବନେଶ୍ୱରରେ ଡାକ୍ତରଙ୍କୁ ଆକ୍ରମଣ: ୩ ଅଭିଯୁକ୍ତ ଗିରଫ
ଅନୁଗୁଳୁ:ଚଳନ୍ତା ବସ୍‌ରେ ଭୟାବହ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ
ଦେବସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ କାଲି ସବୁ ସ୍କୁଲ୍ ବନ୍ଦ
ଶିବସେନା (ୟୁବିଟି)ରେ ବଡ଼ ଆଶଙ୍କା, ୧୪ ବିଧାୟକ ଯାଇପାରନ୍ତି ସିନ୍ଦେ ଶିବିରକୁ
ସେଚେଲ୍ସର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦି
ବିଶ୍ୱ କ୍ୟାଡେଟ୍ ଚେସ୍‌ରେ ଭାରତର ଚମକ: ଓଡ଼ିଆ ପୁଅ ସାତ୍ତ୍ବିକଙ୍କୁ କାଂସ୍ୟ
କରାଚିରେ ଆତଙ୍କବାଦୀ ଆକ୍ରମଣ: ୩ ଯବାନଙ୍କ ସହ ୬ ମୃତ

ଆସନ୍ତା ୨୨ ତାରିଖକୁ ଅଧା ଦିନ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର

0

ନୂଆଦିଲ୍ଲୀ: ଆସନ୍ତା ୨୨ ତାରିଖରେ ଅଯୋଧ୍ୟା ରାମ ମନ୍ଦିରର ପ୍ରତିଷ୍ଠା ଉତ୍ସବ ପାଇଁ କେନ୍ଦ୍ର ସରକାରଙ୍କ ବଡ ଘୋଷଣା । ଜାନୁଆରୀ ୨୨ ତାରିଖକୁ ଅଧା ଦିନ ଛୁଟି ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ଅପରାହ୍ନ ୨ଟା ୩୦ ଯାଏଁ ଛୁଟି ଘୋଷଣା କରିଛନ୍ତି ସରକାର । ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଅବସରରେ ସମସ୍ତ କେନ୍ଦ୍ର ସରକାରଙ୍କ କାର୍ଯ୍ୟାଳୟ, କେନ୍ଦ୍ରୀୟ ସଂସ୍ଥା ଓ କେନ୍ଦ୍ର ଅଧିନସ୍ଥ ଶିଳ୍ପାନୁଷ୍ଠାନ ଗୁଡିକ ଅପରାହ୍ନ ୨ଟା ୩୦ ଯାଏଁ ଛୁଟି ରହିବ । ତେବେ ଓଡିଶା ରାଜ୍ୟ ସରକାର ମଧ୍ୟ ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଇଁ ଆସନ୍ତା ୨୨ ତାରିଖକୁ ଅଧା ଦିନ ଛୁଟି ଘୋଷଣା କରିଛନ୍ତି। ଅପରାହ୍ନ ୨.୩୦ ପର୍ଯ୍ୟନ୍ତ ରାଜ୍ୟ ସରକାର ଅଧିନସ୍ଥ ସମସ୍ତ ସରକାରୀ କାର୍ଯ୍ୟନୁଷ୍ଠାନ ବନ୍ଦ ରହିବ। ଏନେଇ ରାଜ୍ୟ ସୂଚନା ଓ ଲୋକ ସଂର୍ପକ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

କେନ୍ଦ୍ର ସରକାରଙ୍କ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, କର୍ମଚାରୀଙ୍କ ଭାବନା ଓ ଅନୁରୋଧକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଅଧାଦିନ ଛୁଟି ଘୋଷଣା କରିବାକୁ ନିଷ୍ପତ୍ତି ନେଇଛନ୍ତି । ସେହିଭଳି ରାମମନ୍ଦିରର ଉଦଘାଟନ ପାଇଁ କଣ ପ୍ରସ୍ତୁତି ରହିଛି ସେନେଇ କେନ୍ଦ୍ରମନ୍ତ୍ରୀଙ୍କ ଠାରୁ ଫିଡବ୍ୟାକ ନେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଏହାକୁ ଦୀପାବଳି ଭଳି ପାଳନ କରିବାକୁ କୁହାଯାଇଛି । ୨୨ ଜାନୁଆରୀରେ ପ୍ରତ୍ୟେକ ଘରେ ଦୀପ ପ୍ରଜ୍ୱଳନ କରିବା ସହ ଗରିବଙ୍କୁ ଖାଇବାକୁ ଦେବାକୁ କୁହାଯାଇଛି । ସେହିଭଳି ୨୨ ଜାନୁଆରୀ ପରେ ନିଜ ସଂସଦୀୟ କ୍ଷେତ୍ରର ଲୋକଙ୍କୁ ଅଯୋଧ୍ୟା ଆଣିବାକୁ ମଧ୍ୟ କୁହାଯାଇଛି ।

Leave A Reply

Your email address will not be published.