ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଫେବୃଆରୀ ୫ରୁ ବିଧାନସଭା ଅଧିବେଶନ ଆରମ୍ଭ

0

ଭୁବନେଶ୍ବର: ଆସନ୍ତା ଫେବୃଆରୀ ୫ରୁ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏହା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ଆସନ୍ତା ୮ ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କାମଚଳା ବଜେଟ ଉପସ୍ଥାପନ ହେବାର କାର୍ଯ୍ୟକ୍ରମ ରହିଛି। ଫେବ୍ରୁଆରି ୫ ତାରିଖରେ ରାଜ୍ୟପାଳ ରଘୁବର ଦାସ ଅଭିଭାଷଣ ରଖିବେ। ଯେହେତୁ ଆଗକୁ ସାଧାରଣ ନିର୍ବାଚନ ଅଛି, ତେଣୁ ତାପୂର୍ବରୁ କାମଚଳା ବଜେଟ ଆଗତ କରିବେ ସରକାର।

ଆସନ୍ତା ୮ ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କାମଚଳା ବଜେଟକୁ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଗୃହରେ ଉପସ୍ଥାପନ କରିବେ। ଏହା ମୋସନ ଆକାରରେ ଗୃହରେ ଆଗତ ହୋଇ ଆଲୋଚନା ହେବ । ତା’ ପର ଦିନ ଏହି ବ୍ୟୟ ମଞ୍ଜୁରୀ ବିଲ୍‌ ପାରିତ ହେବ ।

Leave A Reply

Your email address will not be published.