ପ୍ରମୁଖ ଖବର

ବିଜେପିରୁ ଇସ୍ତଫା ଦେଇ ବିଜେଡିରେ ମିଶିଲେ ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା
ପ୍ରଥମ ଥର ୩୦୦ ଶରଣାର୍ଥୀଙ୍କୁ ମିଳିଲା ଭାରତୀୟ ନାଗରିକତ୍ବ
ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ସ୍ବର୍ଣ୍ଣ ଜିତିଲେ ନୀରଜ ଚୋପ୍ରା

ଫେବୃଆରୀ ୫ରୁ ବିଧାନସଭା ଅଧିବେଶନ ଆରମ୍ଭ

0

ଭୁବନେଶ୍ବର: ଆସନ୍ତା ଫେବୃଆରୀ ୫ରୁ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏହା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ଆସନ୍ତା ୮ ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କାମଚଳା ବଜେଟ ଉପସ୍ଥାପନ ହେବାର କାର୍ଯ୍ୟକ୍ରମ ରହିଛି। ଫେବ୍ରୁଆରି ୫ ତାରିଖରେ ରାଜ୍ୟପାଳ ରଘୁବର ଦାସ ଅଭିଭାଷଣ ରଖିବେ। ଯେହେତୁ ଆଗକୁ ସାଧାରଣ ନିର୍ବାଚନ ଅଛି, ତେଣୁ ତାପୂର୍ବରୁ କାମଚଳା ବଜେଟ ଆଗତ କରିବେ ସରକାର।

ଆସନ୍ତା ୮ ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କାମଚଳା ବଜେଟକୁ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଗୃହରେ ଉପସ୍ଥାପନ କରିବେ। ଏହା ମୋସନ ଆକାରରେ ଗୃହରେ ଆଗତ ହୋଇ ଆଲୋଚନା ହେବ । ତା’ ପର ଦିନ ଏହି ବ୍ୟୟ ମଞ୍ଜୁରୀ ବିଲ୍‌ ପାରିତ ହେବ ।

Leave A Reply

Your email address will not be published.